ଭୁବନେଶ୍ବର: ରାଜ୍ୟରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଆଜି ପୁଣି ୫୦୦ ଉପରେ ରହିଛି। ଆଜି ରାଜଧାନୀ‌ରେ କରୋନା ସଂକ୍ରମଣ କମିଥିବା ବେଳେ, କଟକ ଓ ପୁରୀରେ ବଢ଼ିଥିବା ଜଣାଯାଇଛି। ଗତ ୧୨ଦିନ ହେଲା ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ତିନି ଅଙ୍କରୁ ତଳକୁ ଖସୁନଥିବା ବେଳେ ରବିବାର ଦିନ ୫୭୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୫୧୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୭୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୩୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୩୯ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୬୯ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୭ଟି ଜିଲ୍ଲାରୁ ୫୭୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୩ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦୪ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

Advertisment

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧ ଜଣ, ବାଲେଶ୍ବର ଜିଲ୍ଲାରୁ ୧୬ ଜଣ, ବରଗଡ଼ ଜିଲ୍ଲାରୁ ୨ ଜଣ, ଭଦ୍ରକରୁ ୬ ଜଣ, ବଲାଙ୍ଗୀରରୁ ୨ ଜଣ, ବୌଦ୍ଧରୁ ୧ ଜଣ, କଟକରୁ ୧୧୮ ଜଣ, ଦେବଗଡ଼ରରୁ ୪ ଜଣ, ଗଜପତିରୁ ୮ ଜଣ, ଜଗତସିଂହପୁରରୁ ୮ ଜଣ, ଯାଜପୁରରୁ ୬ ଜଣ, ଝାରସୁଗୁଡ଼ାରୁ ୬ ଜଣ, କଳାହାଣ୍ଡି ଜିଲ୍ଲାରୁ ୫ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ ଜଣ, କେନ୍ଦୁଝରରୁ ୪ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୦୪, କୋରାପୁଟ ଜିଲ୍ଲାରୁ ୩ ଜଣ, ମୟୂରଭଞ୍ଜରୁ ୧୭ ଜଣ, ନବରଙ୍ଗପୁରରୁ ୧ ଜଣ, ନୟାଗଡ଼ ଜିଲ୍ଲାରୁ ୨ ଜଣ, ନୂଆପଡ଼ାରୁ ୫ ଜଣ, ପୁରୀରୁ ୩୭ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ବଲପୁରରୁ ୬ ଜଣ, ସୋନପୁରରୁ ୨୦ ଜଣ, ସୁନ୍ଦରଗଡ଼ରୁ ୪୨ ଜଣ ଓ ଷ୍ଟେଟପୁଲରୁ ୪୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୯୩, ୫୦୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨,୮୧, ୨୯୮ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୩୦୨୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।