ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୮୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୪୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୪୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୯୬ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦୬ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

Advertisment

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୧୩ ଜଣ, ବାଲେଶ୍ୱରରୁ ୩୮ ଜଣ, ଭଦ୍ରକରୁ ୭ ଜଣ, ବଲାଙ୍ଗୀରରୁ ୬, କଟକରୁ ୬୭ ଜଣ, ଦେବଗଡ଼ରୁ ୩ ଜଣ, ଢେଙ୍କାନାଳରୁ ୫ ଜଣ, ଗଞ୍ଜାମରୁ ୬ ଜଣ, ଜଗତସିଂହପୁରରୁ ୨୬ ଜଣ, ଯାଜପୁରରୁ ୩୬ ଜଣ, ଝାରସୁଗୁଡ଼ାରୁ ୭ ଜଣ, କଳାହାଣ୍ଡିରୁ ୧ ଜଣ, କନ୍ଧମାଳରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୧୨ ଜଣ, କେଉଁଝରରୁ ୭ ଜଣ, ଖୋର୍ଦ୍ଧାରୁ ୨୦୬ ଜଣ, କୋରାପୁଟରୁ ୪ ଜଣ, ମାଲକାନଗିରିରୁ ୩ ଜଣ, ମୟୁରଭଞ୍ଜରୁ ୨୫ ଜଣ, ନୟାଗଡ଼ରୁ ୪ ଜଣ, ପୁରୀରୁ ୨୨ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ୱଲପୁରରୁ ୧୯ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୧୩ ଜଣ ଓ ଷ୍ଟେଟ ପୁଲରୁ ୪୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୨୪, ୩୨୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।ଏମାନଙ୍କ ଭିତରୁ ୧୦,୧୦,୧୮୩ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫୯୦୯ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।