ଭୁବନେଶ୍ବର: ଆଜି ବି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ଶହେ ତଳେ ରହିଛି। ଗତକାଲି ୪୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୫ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୬ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୧୪ଟି ଜିଲ୍ଲାରୁ ୫୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୧୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ବରଗଡ଼ ଜିଲ୍ଲାରୁ ୧, ବଲାଙ୍ଗୀରରୁ ୧, କଟକରୁ ୪ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭, ମୟୂରଭଞ୍ଜରୁ ୮, ନୂଆପଡ଼ାରୁ ୩, ପୁରୀରୁ ୫, ରାୟଗଡ଼ାରୁ ୨, ସମ୍ବଲପୁରରୁ ୨ ଜଣ, ସୋନପୁରରୁ ୧, ସୁନ୍ଦରଗଡ଼ରୁ ୧୪ ଜଣ ଓ ଷ୍ଟେଟପୁଲରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୩୫, ୫୬୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୩, ୨୫, ୭୭୩ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫୩୪ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।
Follow Us