ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୨୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୭ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୧୫ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
Covid-19 Report For 29th March
New Positive Cases: 59
Of which 0-18 years: 17
In quarantine: 35
Local contacts: 24(Details of local contacts will be shared by concerned District)
1. Angul: 2
2. Balasore: 3
3. Balangir: 2
4. Cuttack: 4
5. Deogarh: 1
6. Gajapati: 5— I & PR Department, Odisha (@IPR_Odisha) March 30, 2022
ସୂଚନାଯୋଗ୍ୟ, ଗତକାଲି ୩୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ।ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨ ଜଣ, ବାଲେଶ୍ୱର ଜିଲ୍ଲାରୁ ୩ ଜଣ, ବଲାଙ୍ଗୀରରୁ ୨ ଜଣ, କଟକରୁ ୪ ଜଣ, ଦେବଗଡରୁ ୧ ଜଣ, ଗଜପତିରୁ ୫, ଯାଜପୁରରୁ ୩ ଜଣ, ଖୋର୍ଦ୍ଧାରୁ ୧୪ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୪ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୫ ଜଣ ଓ ଷ୍ଟେଟପୁଲରୁ ୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୭, ୬୦୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୮, ୦୩୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୪୦୦ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।