ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ: ଡିସେମ୍ବର ୧୫ ସୁଦ୍ଧା କାମ ସମ୍ପୂର୍ଣ୍ଣ କରିବା ପାଇଁ ନିର୍ଦ୍ଦେଶ

୫ଟି ଅଧ୍ୟକ୍ଷଙ୍କ ପୁରୀ ଶ୍ରୀ ମନ୍ଦିର ପରିଦର୍ଶନ: ଭୋର ୫ ଟାରୁ ୭ଟା ପର୍ଯ୍ୟନ୍ତ କଲେ ସମୀକ୍ଷା

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ: ଡିସେମ୍ବର ୧୫ ସୁଦ୍ଧା କାମ ସମ୍ପୂର୍ଣ୍ଣ କରିବା ପାଇଁ ନିର୍ଦ୍ଦେଶ

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୫ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି କେ ପାଣ୍ଡିଆନ ସୋମବାର ପ୍ରତ୍ୟୁଷରୁ ପୁରୀ ଶ୍ରୀମନ୍ଦିର ପରିଦର୍ଶନ କରି ପରିକ୍ରମା ପ୍ରକଳ୍ପ ସମୀକ୍ଷା କରିବା ସହିତ ଭକ୍ତମାନଙ୍କ ସୁବ୍ୟବସ୍ଥିତ ଦର୍ଶନ ପାଇଁ କେତେକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଛନ୍ତି। ଆଜି ପ୍ରତ୍ୟୁଷରେ ପୁରୀ ପହଞ୍ଚି ମହାପ୍ରଭୁଙ୍କ ଦର୍ଶନ ପରେ ସକାଳ ୫ଟା ଠାରୁ ୭ଟା ପର୍ଯ୍ୟନ୍ତ ସେ ସମୀକ୍ଷା କରିଥିଲେ ଓ ଆବଶ୍ୟକ ପରାମର୍ଶ ଦେଇଥିଲେ। ଏହି ଅବସରରେ ଭକ୍ତ ଓ ଶ୍ରଦ୍ଧାଳୁମାନଙ୍କ ସୁବ୍ୟବସ୍ଥିତ ଦର୍ଶନ ସମ୍ପର୍କରେ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଏକ ଉପସ୍ଥାପନା ରଖା ଯାଇଥିଲା। ଭିଡ଼ ପରିଚାଳନାକୁ ଦକ୍ଷ କରିବା, ଭକ୍ତମାନଙ୍କ ପାଇଁ ଦର୍ଶନ ବ୍ୟବସ୍ଥାକୁ ସହଜ କରିବା ଉପରେ ଶ୍ରୀ ପାଣ୍ଡିଆନ ଗୁରୁତ୍ଵ ଆରୋପ କରିଥିଲେ ଏହା ସହିତ ପରିକ୍ରମା ପ୍ରକଳ୍ପ ଠିକ୍ ସମୟରେ ଶେଷ କରିବା ପାଇଁ ସେ ଗୁରୁତ୍ଵ ଦେଇ କେତେକ ନିର୍ଦ୍ଦେଶ ଦେଇଥିଲେ।

ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ମଠଗୁଡିକର ପୁନରୁଦ୍ଧାର କାମ ତ୍ୱରାନ୍ୱିତ କରିବା ପାଇଁ ୫ଟି ଓ ନବୀନ ଓଡିଶା ଅଧକ୍ଷ ନିର୍ଦ୍ଦେଶ ଦେଇଥିଲେ । ମଠ ପୁନଃନିର୍ମାଣ ପାଇଁ ଅଧିକ ସଂଖ୍ୟକ ଦକ୍ଷ କାରିଗର ନିଯୁକ୍ତ କରିବାକୁ ଶ୍ରୀ ପାଣ୍ଡିଆନ୍ ପରାମର୍ଶ ଦେଇଥିଲେ। ସେବାୟତମାନଙ୍କ ସୁବିଧା ପାଇଁ ଦୁଇ ଚକିଆ ଗାଡିର ପାର୍କିଂ ପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା କରିବାକୁ ଶ୍ରୀ ପାଣ୍ଡିଆନ୍ ନିର୍ଦ୍ଦେଶ ଦେଇଥିଲେ। ପରିକ୍ରମା ପ୍ରକଳ୍ପର ଦକ୍ଷିଣ, ପଶ୍ଚିମ ଓ ଉତ୍ତର ଦିଗରେ ହୋଇଥିବା ଲ୍ୟାଣ୍ଡସ୍କାପିଂ କାମ ଦେଖି ଏହାକୁ ତ୍ବରାନ୍ବିତ କରିବାକୁ ପରାମର୍ଶ ଦେଇଥିଲେ।

publive-image

ଏତବ୍ୟତୀତ ମେଘନାଦ ପାଚେରୀ ନିକଟରେ ସବୁ ଇଲେକ୍ଟ୍ରିକାଲ କାମକୁ ଶୀଘ୍ର ସାରିବାକୁ ସେ ପରାମର୍ଶ ଦେଇଥିଲେ । ସେଠାରେ ଥିବା ବିଭିନ୍ନ ପୋଲ୍, ତାର ଓ ଅନ୍ୟାନ୍ୟ ସେବା ବ୍ୟବସ୍ଥାକୁ ଶୀଘ୍ର ସ୍ଥାନାନ୍ତର କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ମେଘନାଦ ପାଚେରୀ ନିକଟରେ ଥିବା ଐତିହ୍ୟ ସମ୍ପନ୍ନ ଛୋଟ ଛୋଟ ମନ୍ଦିର ଓ ନିର୍ମାଣକୁ ସୁରକ୍ଷିତ ରଖିବା ପାଇଁ ସେ ନିର୍ଦ୍ଦେଶ ଦେଇଥିଲେ। ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସୁଥିବା ଯାତ୍ରୀମାନେ ଯେପରି ସ୍ବଚ୍ଛନ୍ଦରେ ମନ୍ଦି ରେ ପହଞ୍ଚି ପାରିବେ ସେଥିପାଇଁ ମନ୍ଦିର ସଂଯୁକ୍ତ ରାସ୍ତାକୁ ଅବରୋଧ ମୁକ୍ତ ରଖିବା ପାଇଁ ବଡ଼ଦାଣ୍ଡ ଓ ଓଭରହେ୍‌ଡ ଟ୍ୟାଙ୍କ ନିକଟରେ ଥିବା ଅନାବଶ୍ୟକ ନିର୍ମାଣକୁ ଦୂର କରିବା ପାଇଁ ଶ୍ରୀ ପାଣ୍ଡିଆନ୍ ନିର୍ଦ୍ଦେଶ ଦେଇଥିଲେ। ପରିମଳ ବ୍ୟବସ୍ଥାର ଉନ୍ନତି କାମ ଠିକ୍ ସମୟରେ ସରିବା ଉପରେ ସେ ଗୁରୁତ୍ବ ଆରୋପ କରିଥିଲେ।। ଏହି ପରିଦର୍ଶନ ସମୟରେ ବିଧାୟକ ପ୍ରଣବ ପ୍ରକାଶ ଦାସ, ପୁରୀ ଜିଲ୍ଲାପାଳ, ଆଇଜି, ଏସ୍‌ପି, ଓବିସିସି ପରିଚାଳନା ନିର୍ଦ୍ଦେଶକ ଏବଂ ବିଭିନ୍ନ ବିଭିନ୍ନ ସଂସ୍ଥାରର ଅଧିକାରୀ ଉପସ୍ଥିତ ଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe