ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜନ୍ମସ୍ଥାନ ସୁଆଣ୍ଡୋ ଗ୍ରାମ ପରିଦର୍ଶନ କଲେ ୫-ଟି ସଚିବ

Advertisment

ଆଗାମୀ ୨୩ରେ ସୁଆଣ୍ଡୋର ପୁନଃବିକଶିତ ଜନ୍ମ ପୀଠର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ

ଆଗାମୀ ୨୩ରେ ସୁଆଣ୍ଡୋର ପୁନଃବିକଶିତ ଜନ୍ମ ପୀଠର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ

ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜନ୍ମସ୍ଥାନ ସୁଆଣ୍ଡୋ ଗ୍ରାମ ପରିଦର୍ଶନ କଲେ ୫-ଟି ସଚିବ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ଆଜି ପୁରୀ ଜିଲ୍ଲାର ସୁଆଣ୍ଡୋସ୍ଥିତ ଗୋପବନ୍ଧୁଙ୍କ ଜନ୍ମପୀଠର ପରିଦର୍ଶନ କରି ଏହାର ପୁନଃବିକାଶ କାର୍ଯ୍ୟ ତଦାରଖ କରିଥିଲେ । ଉତ୍କଳମଣିଙ୍କ ଗାଁ ଶିବ ମନ୍ଦିର ଲୋକେଶ୍ୱର ଶିବ ମନ୍ଦିର ଜରାଜୀର୍ଣ୍ଣ ଅବସ୍ଥାରେ ଥିବାବେଳେ ସୁଆଣ୍ଡୋବାସୀଙ୍କ ଅନୁରୋଧ କ୍ରମେ ଲୋକେଶ୍ୱର ମନ୍ଦିରର ପୁନଃନିର୍ମାଣ କାର୍ଯ୍ୟ ରାଜ୍ୟ ସରକାରଙ୍କ ପକ୍ଷରୁ ସମ୍ପନ୍ନ କରାଯାଇଛି |

publive-image

ଏହାର ପ୍ରତିଷ୍ଠା ଉତ୍ସବ ଆଜି ଅନୁଷ୍ଠିତ ହୋଇଥିଲା ଏବଂ ଏଥିରେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ଯୋଗ ଦେଇ ପୂର୍ଣ୍ଣାହୁତିରେ ମଧ୍ୟ ଅଂଶଗ୍ରହଣ କରିଥିଲେ । ପରେ ପାଣ୍ଡିଆନ ଉତ୍କଳମଣିଙ୍କ ଷଠୀଘର, ଢିଙ୍କିଶାଳ ଆଦିର ସଂରକ୍ଷଣ କାର୍ଯ୍ୟ ପରିଦର୍ଶନ କରିବା ସହିତ ଗାଁ ପୋଖରୀର ପୁନରୁଦ୍ଧାର କାର୍ଯ୍ୟ ତଥା ସଂଗ୍ରହାଳୟ କାର୍ଯ୍ୟ ବୁଲି ଦେଖିଥିଲେ ଏବଂ କାର୍ଯ୍ୟର ଅଗ୍ରଗତିରେ ସନ୍ତୋଷ ପ୍ରକାଶ କରିଥିଲେ । ସେବା ଓ ସଂଗ୍ରାମର ପ୍ରତୀକ ଉତ୍କଳମଣି ଓଡିଆ ଜନମାନସର ଅଦ୍ବିତୀୟ ନେତା । ଦେଶ ପାଇଁ, ଜାତି ପାଇଁ ତାଙ୍କର ତ୍ୟାଗ ଆଜି ତାଙ୍କୁ ଅମର କରି ରଖିଛି। ଗୋପବନ୍ଧୁଙ୍କ ଜନ୍ମସ୍ଥାନ ଏବଂ ସୁଆଣ୍ଡୋର ବିକାଶ କାର୍ଯ୍ୟ ପଣ୍ଡିତ ଗୋପବନ୍ଧୁଙ୍କ ପରିବାର ତଥା ସୁଆଣ୍ଡୋ ଜନସାଧାରଣଙ୍କ ସହଯୋଗରେ ରାଜ୍ୟ ସରକାରଙ୍କ ପକ୍ଷରୁ କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe