କଟକ: କଟକରେ ୫ଟି ସଚିବ ଭିକେ ପାଣ୍ଡିଆନ। କଟକ ଗସ୍ତ କାଳରେ ସେ ଏସସିଵି ସମ୍ପ୍ରସାରଣ ଓ ତାଳଦଣ୍ଡା କେନାଲ କାର୍ଯ୍ୟ ସମେତ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଏଥିସହିତ ବରିଷ୍ଠ ଅଧିକାରୀ ଓ ଜିଲ୍ଲାପାଳଙ୍କ ସହ ମଧ୍ୟ କଲେ ଆଲୋଚନା। ୨୦୨୩ ସୁଦ୍ଧା ଏସସିବି ସମ୍ପ୍ରସାରଣ କାର୍ଯ୍ୟକୁ ସମ୍ପୂର୍ଣ୍ଣ କରିବା ସହ ଉନ୍ନତମାନର କାମ କରାଯିବା ନେଇ ନିର୍ଦେଶ ଦେଇଛନ୍ତି ୫ଟି ସଚିବ। ଏହାସହ ପାର୍କିଂ ସ୍ଥାନ ଓ କେନାଲ ରୋଡ କାମକୁ ତ୍ୱରାନ୍ୱିତ କରିବାକୁ ମଧ୍ୟ ନିର୍ଦେଶ ଦେଇଛନ୍ତି।
/sambad/media/post_attachments/wp-content/uploads/2022/09/ctc-v2-750x425.jpg)
ସୂଚନାଯୋଗ୍ୟ ଯେ, ଗତ ଜାନୁଆରୀ ମାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକ ଗସ୍ତ ସମୟରେ କଟକ ବଡ଼ ମେଡିକାଲର ରାସ୍ତା ସମ୍ପ୍ରସାରଣ ନେଇ ଘୋଷଣା କରିଥିଲେ। ଏଥିସହିତ ତାଳଦଣ୍ଡା କେନାଲର ବାମ ଓ ଡାହାଣ ପାର୍ଶ୍ବରେ ରାସ୍ତାର ସମ୍ପ୍ରସାରଣର ଆବଶ୍ୟକତା ଥିବା କୁହାଯାଇଥିଲା। କଟକ ଜିଲ୍ଲା ବାହାରୁ ଏସସିବିକୁ ଆସୁଥିବା ରୋଗୀଙ୍କ ଯାତ୍ରା ଯୋବ୍ରାରୁ କଟକ ବଡ଼ ମେଡିକାଲ ଯାଏଁ ସୁବିଧାଜନକ କରିବାକୁ ରିଙ୍ଗ ରୋଡକୁ ସମ୍ପ୍ରସାରଣ କରାଯିବାକୁ ସରକାର ନିଷ୍ପତ୍ତି ନେଇଥିଲେ। ଏବେ ଏସବୁ କାମ ଚାଲୁ ରହିଛି।
/sambad/media/post_attachments/wp-content/uploads/2022/09/6992e61e-08d7-47dc-843f-8d86c3670965.jpg)
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/09/ctc-4.jpg)