ରାଜ୍ୟରେ ଆଜି ସର୍ବନିମ୍ନ ଦୈନିକ କରୋନା ସଂକ୍ରମଣ: ୧୮ ବର୍ଷରୁ କମ୍ ବୟସର ଜଣେ ବି ନାହାନ୍ତି

ରାଜ୍ୟରେ ଆଜି ସର୍ବନିମ୍ନ ଦୈନିକ କରୋନା ସଂକ୍ରମଣ: ୧୮ ବର୍ଷରୁ କମ୍ ବୟସର ଜଣେ ବି ନାହାନ୍ତି

ଭୁବନେଶ୍ବର: ଆଜି ବି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ଏକ ଅଙ୍କକୁ ଚାଲି ଆସିଛି। ଏହା ସର୍ବନିମ୍ନ ସଂକ୍ରମଣ ବୋଲି କୁହାଯାଉଛି। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ମାତ୍ର ୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ କେହି ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ନଥିବା ଜଣାଯାଇଛି। ଆଜି ରାଜ୍ୟର ୬ଟି ଜିଲ୍ଲାରୁ ୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୧, ଖୋର୍ଦ୍ଧା ଜିଲ୍ଲାରୁ ୨, କୋରାପୁଟରୁ ୧, ନୟାଗଡ଼ରୁ ୧, ପୁରୀରୁ ୧ ଓ ସମ୍ବଲପୁରରୁ ୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୩୬, ୨୬୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୩, ୨୬, ୮୪୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୬୪ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe