ରାଜ୍ୟରେ ଆଜି ବି ୬ କରୋନା ପଜିଟିଭ, ମାତ୍ର ଜଣେ ୧୮ ବର୍ଷରୁ କମ୍ ବୟସର

ଭୁବନେଶ୍ବର: ଗତକାଲି ଭଳି ଆଜି ବି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ଏକ ଅଙ୍କରେ ରହିଛି। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ମାତ୍ର ୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ମାତ୍ର ଜଣେ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୫ଟି ଜିଲ୍ଲାରୁ ୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ବରଗଡ଼ ଜିଲ୍ଲାରୁ ୧, ଖୋର୍ଦ୍ଧା ଜିଲ୍ଲାରୁ ୧, ନୂଆପଡ଼ାରୁ ୧, ପୁରୀରୁ ୨ ଓ ସୁନ୍ଦରଗଡ଼ରୁ ୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୩୬, ୨୬୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୩, ୨୬, ୮୬୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୪୮ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧିତ ଖବର