ଭୁବନେଶ୍ବର: ଗତକାଲି ୧୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୨ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ମାତ୍ର ୩ଟି ଜିଲ୍ଲାରୁ ୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୭ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ସମ୍ବଲପୁର ଜିଲ୍ଲାରୁ ସର୍ବାଧିକ ୩ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
Covid-19 Report For 11th April
New Positive Cases: 6
Of which 0-18 years: 2
In quarantine: 4
Local contacts: 2(Details of local contacts will be shared by concerned District)
1. Kendrapada: 1
2. Khurda: 2
3. Sambalpur: 3— I & PR Department, Odisha (@IPR_Odisha) April 12, 2022
ଗତ ୨୪ ଘଣ୍ଟା ମଧ୍ୟରେ କେନ୍ଦ୍ରାପଡ଼ା ଜିଲ୍ଲାରୁ ୧ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ଓ ସମ୍ବଲପୁର ଜିଲ୍ଲାରୁ ୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୭, ୮୬୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୮, ୫୪୮ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୩୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।