ରାଜ୍ୟରେ ଆଉ ୬ କରୋନା ପଜିଟିଭ, ମୋଟ ସଂଖ୍ୟା ୭୪ରେ ପହଞ୍ଚିଲା

ଭୁବନେଶ୍ବର: ରାଜ୍ୟରେ ଆଉ ୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୫ ଜଣ ଯାଜପୁରରୁ ଓ ୧ ଜଣେ ସୁନ୍ଦରଗଡ଼ରୁ ବୋଲି ଜଣାପଡ଼ିଛି । ଏହାକୁ ମିଶାଇ ଓଡ଼ିଶାରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୭୪ରେ ପହଞ୍ଚିଛି ।

ଆଜି ସକାଳେ ୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ । ଫଳରେ ଆଜି ଗୋଟିଏ ଦିନରେ ମୋଟ ୧୩ ଟି କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାଜପୁରରେ ଚିହ୍ନଟ ୫ଟି ମାମଲା ମଧ୍ୟରୁ କୋରେଇ ବ୍ଲକରୁ ଜଣେ, ଯାଜପୁର ବ୍ଲକରୁ ୩ ଜଣ ଓ ଦଶରଥପୁର ବ୍ଲକର ଜଣେ ବୋଲି ଜଣାପଡ଼ିଛି । ଏମାନଙ୍କ କଣ୍ଟାକ୍ଟ ଟ୍ରେସିଂ ଆରମ୍ଭ ହୋଇଛି ବୋଲି ଜିଲ୍ଲାପାଳ ରଂଜନ କୁମାର ଦାସ ସୂଚନା ଦେଇଛନ୍ତି । ଏମାନେ କୋଲକତାରୁ ଫେରିଥିବା ଜଣାଯାଇଛି । ଖୁବଶୀଘ୍ର ସଂପୃକ୍ତ ଅଞ୍ଚଳଗୁଡ଼ିକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରିବାକୁ ଜିଲ୍ଲା ପ୍ରଶାସନ ପ୍ରସ୍ତୁତି ଆରମ୍ଭ କରିଛି । .

 ଜିଲ୍ଲା ପ୍ରଶାସନ ସୁତ୍ରରୁ ମିଳିଥିବା ସୂଚନା ଅନୁସାରେ ଯାଜପୁରର ଏହି ୫ ଜଣ ଗତ ୨୮ ଓ ୨୯ ତାରିଖରେ କୋଲକତାରୁ ଫେରିଥିଲେ । ସେମାନେ ହାୱଡା ଅଞ୍ଚଳର କେତେକ କାରଖାନାରେ ଶ୍ରମିକଭାବେ କାମ କରୁଥିଲେ ।

ସେହିପରି ସୁନ୍ଦରଗଡ଼ ଜିଲ୍ଲାରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ବିଶ୍ରା ଅଞ୍ଚଳର ବୋଲି ସୂଚନା ରହିଛି। ନୂଆ ଚିହ୍ନଟ ଆକ୍ରାନ୍ତ ସେଠାରୁ ଆଗରୁ ଚିହ୍ନଟ ହୋଇଥିବା କରୋନା ପଜିଟିଭଙ୍କ ସଂସ୍ପର୍ଶରେ ଆସିଥିଲେ।

ସମ୍ବନ୍ଧିତ ଖବର