Advertisment

ସୁନ୍ଦରଗଡ଼ ଜିଲ୍ଲାରେ ୬ ନୂଆ ସ୍କ୍ରବ ଟାଇଫସ ରୋଗୀ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୩୬୧ରେ ପହଞ୍ଚିଲା

Advertisment
ସୁନ୍ଦରଗଡ଼ ଜିଲ୍ଲାରେ ୬ ନୂଆ ସ୍କ୍ରବ ଟାଇଫସ ରୋଗୀ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୩୬୧ରେ ପହଞ୍ଚିଲା

dy365

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାରେ ପୁଣି ୬ ସ୍କ୍ରବ ଟାଇଫସ ରୋଗୀ ଚିହ୍ନଟ। ବର୍ତ୍ତମାନ ସୁଦ୍ଧା ସୁନ୍ଦରଗଡ଼ ଜିଲ୍ଲାରେ ସ୍କ୍ରବ ଟାଇଫସ ଆକ୍ରାନ୍ତଙ୍କ ସଂଖ୍ୟା ୩୬୧ରେ ପହଞ୍ଚିଲା। ଏନେଇ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର  କାହ୍ନୁଚରଣ ନାୟକ କହିଛନ୍ତି, ଯଥେଷ୍ଟ ଔଷଧ ମହଜୁଦ ରହିଛି। ଠିକ୍ ସେହି ଚିକିତ୍ସା ଲାଗି ସ୍ଵତନ୍ତ୍ର ଡାକ୍ତରୀ ଦଳ ବି ପ୍ରସ୍ତୁତ ରହିଛନ୍ତି। ଏହି ରୋଗ ଲାଗି ଗାଁ ଗାଁରେ ଲୋକଙ୍କୁ ସଚେତନ କରାଯାଉଛି।ସେପଟେ ସ୍ବାସ୍ଥ୍ୟ ବିଭାଗର ସଚେତନତା  ଲୋକଙ୍କ ପାଖରେ ପହଞ୍ଚି ପାରୁନଥିବା ଅଭିଯୋଗ ରହିଛି।

ଗତ ଜାନୁ୍ଆରି ମାସରୁ ଆଜିର ତାରିଖ ଯାଏ ୩୬୧ ଜଣ ସ୍କ୍ରବ୍‌ ଟାଇଫସ୍ ପଜିଟିଭ ଚିହ୍ନଟ ହୋଇଛନ୍ତି। ତେବେ ବଡ଼ଗାଁ ଅଞ୍ଚଳର ଜଣେ ସଂକ୍ରମିତଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ ଆଇସିୟୁରେ ଭର୍ତ୍ତି ହୋଇଥିଲେ। ଅନ୍ୟ ସମସ୍ତ ଆକ୍ରାନ୍ତ ସୁସ୍ଥ ଥିବା ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା।

ଜିଲ୍ଲାର ସଦର ବ୍ଲକ୍‌ ମଝାପଡ଼ା ଓ ବାଲିଶଙ୍କରା ବ୍ଲକରୁ ଅଧିକ ରୋଗୀ ଚିହ୍ନଟ ହୋଇଥିଲେ। ଏହି ରୋଗ କୀଟ ଦଂଶନରୁ ହେଉଥିବାରୁ ଜଙ୍ଗଲ ତଥା ବିଲବାଡ଼ିକୁ ଯିବା ସମୟରେ ସମ୍ପୂର୍ଣ୍ଣ ଶରୀରକୁ ଘୋଡ଼ାଇ ରଖିବାକୁ ସ୍ବାସ୍ଥ୍ୟ ବିଭାଗ ପରାମର୍ଶ ଦେଇଛି। ଏହି ରୋଗକୁ ନିୟନ୍ତ୍ରଣ କରିବା ପାଇଁ ଜିଲ୍ଲା ମୁଖ୍ୟ ଡାକ୍ତରଖାନା ଓ ରାଉରକେଲା ସରକାରୀ ଡାକ୍ତରଖାନାରେ ଔଷଧ, ପରୀକ୍ଷା ବ୍ୟବସ୍ଥା ରହିଥିବା ସୂଚନା ଦେଇଛନ୍ତି ଭାରପ୍ରାପ୍ତ ସିଡିଏମଓ ଡ. କାହ୍ନୁଚରଣ ନାୟକ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe