କଳିଙ୍ଗା ଘାଟିରେ ବସ ଓଲଟି ୬ ମୃତ

Advertisment

୪୨ ଆହତ, ୩୦ ଗୁରୁତରଙ୍କୁ ହସପିଟାଲରେ ଭର୍ତ୍ତି

୪୨ ଆହତ, ୩୦ ଗୁରୁତରଙ୍କୁ ହସପିଟାଲରେ ଭର୍ତ୍ତି

କଳିଙ୍ଗା ଘାଟିରେ ବସ ଓଲଟି ୬ ମୃତ

ଭଞ୍ଜନଗର: ଗଞ୍ଜାମ -କନ୍ଧମାଳ ସୀମାନ୍ତ ଦୁର୍ଗାପ୍ରସାଦ ନିକଟ କଳିଙ୍ଗା ଘାଟିରେ ରାତି ପ୍ରାୟ ଗୋଟାଏରେ ଏକ ଟୁରିଷ୍ଟ ବସ ଓଲଟି ୬ଜଣଙ୍କ ଜୀବନ ଯାଇଛି। ସେମାନଙ୍କ ମଧ୍ୟରେ ୪ ପୁରୁଷ ଓ ୨ ମହିଳା ଥିବା ପୁଲିସ କହିଛି। ପୁଲିସ ଓ ଦମକାଳବାହିନୀ ସହାୟତାରେ ଗୁରୁତରମାନଙ୍କୁ ଉଦ୍ଧାର କରାଯାଇଛି। ୪୨ ଜଣ ଆହତ ହୋଇଥିବାବେଳେ ୧୪ ଜଣଙ୍କୁ ଗୁରୁତର ଅବସ୍ଥାରେ ମେକେସିଜିରେ ଭର୍ତ୍ତି କରାଯାଇଥିବାବେଳେ ୧୬ଜଣଙ୍କୁ ଭଞ୍ଜନଗର ହସପିଟାଲରେ ଭର୍ତ୍ତି କରାଯାଇଛି। ଅନ୍ୟମାନେ ସାମାନ୍ୟ ଆହତ ହୋଇଥିବା ସୂଚନା ମିଳିଛି।

publive-image

ପଶ୍ଚିମବଙ୍ଗର ଏକ ଟୁରିଷ୍ଟ ବସ ୭୭ ଜଣ ଯାତ୍ରୀଙ୍କୁ ନେଇ ଯାତ୍ରା କରୁଥିଲା। ଉକ୍ତ ବସଟି ଦାରିଙ୍ଗବାଡିରେ ପହଞ୍ଚିବା ପରେ ଲୋକେ ସେଠାରେ ବୁଲାବୁଲି କରି ବିଶାଖାପାଟଣା ଅଭିମୁଖେ ବାହାରିଥିଲେ। ତେବେ କଳିଙ୍ଗା ଘାଟିରେ ଡ୍ରାଇଭର ଭାରସାମ୍ୟ ହରାଇବାରୁ ବସଟି ଓଲଟି ପଡିଥିଲା। ଦୁର୍ଘଟଣା ପରେ ରାସ୍ତା ଜାମ ହୋଇଯାଇଥିଲା। ଦମକଳବାହିନୀ ଓ ପୁଲିସ ସହ ଦୁର୍ଗାପ୍ରସାଦର ଯୁବକ ସଂଘ ସମସ୍ତ ଯାତ୍ରୀଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଥିଲେ। ସମସ୍ତ ଯାତ୍ରୀ ପଶ୍ଚିମବଙ୍ଗର ବୋଲି ପୁଲିସ ସୂଚନା ଦେଇଛି। ମୃତକଙ୍କ ପରିଚୟ ଜଣାପଡିନାହିଁ। ପୁଲିସ ପକ୍ଷରୁ ତଦନ୍ତ ଜାରି ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe