ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୦ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୨୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୩ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ସୁନ୍ଦରଗଡ ଜିଲ୍ଲାରୁ ସର୍ବାଧିକ ୯ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
Sambad is now on WhatsApp
Join and get latest news updates delivered to you via WhatsApp
ସୂଚନାଯୋଗ୍ୟ, ଗତକାଲି ୩୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ। ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୬ ଜଣ, କଟକରୁ ୩ ଜଣ, ଗଜପତିରୁ ୪ ଜଣ, ଯାଜପୁରରୁ ୫ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ ଜଣ, ଖୋର୍ଦ୍ଧାରୁ ୬ ଜଣ, ମୟୂରଭଞ୍ଜରୁ ୩ ଜଣ, ନୟାଗଡ଼ରୁ ୧ ଜଣ, ସମ୍ୱଲପୁର ଜିଲ୍ଲାରୁ ୨ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯ ଜଣ ଓ ଷ୍ଟେଟପୁଲରୁ ୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୭, ୨୮୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୭, ୫୮୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫୩୬ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।