ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୬୦ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୦ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୬୩୪କୁ ବୃଦ୍ଧି ପାଇଛି।
ଗତ ୨୪ ଘଣ୍ଟା ଭିତରେ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୧୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଖୋର୍ଦ୍ଧାରୁ ୮ ଜଣଙ୍କ ପ୍ରାଣହାନି ହୋଇଥିବା ଜଣାଯାଇଛି। ଅପରପକ୍ଷରେ ଅନୁଗୁଳ ଓ କଟକ ଜିଲ୍ଲାରୁ ୬ ଜଣ ଲେଖାଏଁ, କେନ୍ଦୁଝର ଓ ପୁରୀ ଜିଲ୍ଲାରୁ ୫ ଜଣ ଲେଖାଏଁ, ବୌଦ୍ଧ ଓ ସମ୍ବଲପୁର ଜିଲ୍ଲାରୁ ୪ ଜଣ ଲେଖାଏଁ, ଭଦ୍ରକ ଜିଲ୍ଲାରୁ ୨ ଜଣଙ୍କ ଜୀବନ ନେଇଛି କରୋନା। କୋରାପୁଟ, ନବରଙ୍ଗପୁର, କନ୍ଧମାଳ, ଝାରସୁଗୁଡ଼ା, ଯାଜପୁର ଓ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୬୨୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୯୩୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୬୯୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୩୨ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୯,୭୦, ୮୧୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯,୪୭,୩୮୧ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୭,୭୪୬ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧିତ ଖବର