ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୦୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୫୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୪୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୭୯ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୬୬ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

Advertisment

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୬ ଜଣ, ବାଲେଶ୍ୱରରୁ ୨୪ ଜଣ, ଭଦ୍ରକରୁ ୭ ଜଣ, ବଲାଙ୍ଗୀରରୁ ୧, ବୌଦ୍ଧରୁ ୧ ଜଣ, କଟକରୁ ୭୪ ଜଣ, ଦେବଗଡ଼ରୁ ୨ ଜଣ, ଢେଙ୍କାନାଳରୁ ୭ ଜଣ, ଗଜପତିରୁ ୬ ଜଣ, ଗଞ୍ଜାମରୁ ୮ ଜଣ, ଜଗତସିଂହପୁରରୁ ୩୪ ଜଣ, ଯାଜପୁରରୁ ୧୬ ଜଣ, ଝାରସୁଗୁଡ଼ାରୁ ୧ ଜଣ, କଳାହାଣ୍ଡିରୁ ୩ ଜଣ, କନ୍ଧମାଳରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୩ ଜଣ, କେଉଁଝରରୁ ୧ ଜଣ, ଖୋର୍ଦ୍ଧାରୁ ୨୬୬ ଜଣ, କୋରାପୁଟରୁ ୨ ଜଣ, ମୟୁରଭଞ୍ଜରୁ ୧୯ ଜଣ, ନୟାଗଡ଼ରୁ ୮ ଜଣ, ପୁରୀରୁ ୧୩ ଜଣ, ରାୟଗଡ଼ାରୁ ୪ ଜଣ, ସମ୍ୱଲପୁରରୁ ୨୩ ଜଣ, ସୋନପୁରୁ ୩ ଜଣ, ସୁନ୍ଦରଗଡ଼ରୁ ୫ ଜଣ ଓ ଷ୍ଟେଟ ପୁଲରୁ ୬୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୨୩, ୭୩୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।ଏମାନଙ୍କ ଭିତରୁ ୧୦,୦୯,୫୮୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫୯୩୦ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।