ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୦୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୫୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୪୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୯୬ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୮୩ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

Advertisment

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୧୧ ଜଣ, ବାଲେଶ୍ୱରରୁ ୨୧ ଜଣ, ବରଗଡ଼ରୁ ୨ ଜଣ, ଭଦ୍ରକରୁ ୫ ଜଣ, କଟକରୁ ୫୪ ଜଣ,  ଦେବଗଡ଼ରୁ ୧ ଜଣ, ଢେଙ୍କାନାଳରୁ ୧୪ ଜଣ, ଗଜପତିରୁ ୧ ଜଣ, ଗଞ୍ଜାମରୁ ୧ ଜଣ, ଜଗତସିଂହପୁରରୁ ୧୮ ଜଣ, ଯାଜପୁରରୁ ୨୪ ଜଣ, ଝାରସୁଗୁଡ଼ାରୁ ୨ ଜଣ, କନ୍ଧମାଳରୁ ୧ ଜଣ  କେନ୍ଦ୍ରାପଡ଼ାରୁ ୬ ଜଣ, କେଉଁଝରରୁ ୭ ଜଣ, କୋରାପୁଟରୁ ୪ ଜଣ, ଖୋର୍ଦ୍ଧାରୁ ୨୮୩ ଜଣ, ମୟୁରଭଞ୍ଜରୁ ୨୪ ଜଣ, ନୟାଗଡ଼ରୁ ୧ ଜଣ, ନୂଆପଡ଼ାରୁ ୧ ଜଣ, ପୁରୀରୁ ୨୧ ଜଣ, ରାୟଗଡ଼ାରୁ ୪ ଜଣ, ସମ୍ୱଲପୁରରୁ ୧୩ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୯ ଜଣ ଓ ଷ୍ଟେଟ ପୁଲରୁ ୬୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୨୬, ୪୭୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦,୧୨,୫୮୩ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫୬୪୨ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।