କରୋନା ମାମଲାରେ ପୁଣି ଶତକ ଟପିଲା ଖୋର୍ଦ୍ଧା ଓ ଗଞ୍ଜାମ, ଆଜି ରାଜ୍ୟରେ ୬୧୮ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ବର: ଆଜି ରାଜ୍ୟରେ ୬୧୮ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି | ଆଜି ଚିହ୍ନଟ ହୋଇଥିବା ୬୧୮ ଜଣଙ୍କ ମଧ୍ୟରୁ ୪୧୧ ଜଣ କ୍ଵାରେଣ୍ଟିନ ସେଣ୍ଟରରୁ ଜଣାପଡିଥିବାବେଳେ ୨୦୭ ଟି ଲୋକାଲ କେସ ବୋଲି ଜଣାପଡିଛି | ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୪ ଜଣ, ବାଲେଶ୍ୱରରୁ ୬୧ ଜଣ, ଭଦ୍ରକରୁ ଜଣେ, ବଲାଙ୍ଗୀରରୁ ୨ ଜଣ, ବୌଦ୍ଧରୁ ୨ ଜଣ, କଟକରୁ ୧୬ ଜଣ, ଢେଙ୍କାନାଳରୁ ୨ ଜଣ, ଗଞ୍ଜାମରୁ ୨୮୬ ଜଣ, ଜଗତସିଂହପୁରରୁ ୨୬ ଜଣ, ଯାଜପୁରରୁ ୫ ଜଣ, ଝାରସୁଗୁଡ଼ାରୁ ଜଣେ, କେନ୍ଦ୍ରାପଡାରୁ ୯ ଜଣ, କେଉଁଝରରୁ ୫ ଜଣ, ଖୋର୍ଦ୍ଧାରୁ ୧୦୭ ଜଣ, କୋରାପୁଟରୁ ଜଣେ, ମାଲକାନଗିରିରୁ ୧୩ ଜଣ. ମୟୁରଭଞ୍ଜରୁ ୨୧ ଜଣ, ନୟାଗଡ଼ରୁ ୧୫ ଜଣ, ପୁରୀରୁ ୫ ଜଣ, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୧୦ ଜଣ, ସୁନ୍ଦରଗଡ଼ରୁ ୧୫ ଜଣ ବୋଲି ଜଣାପଡିଛି |


ଏହି ସଂଖ୍ୟାକୁ ମିଶାଇ ରାଜ୍ୟରେ ସମୁଦାୟ ପଜିଟିଭଙ୍କ ସଂଖ୍ୟା ୧୪୮୯୮ ରେ ପହଂଚିଥିବାବେଳେ ୯୮୬୪ ଜଣ ସୁସ୍ଥ ହୋଇଛନ୍ତି | ସେହିପରି ୪୯୩୩ ଟି ସକ୍ରିୟ ମାମଲା ରହିଛି |

ସମ୍ବନ୍ଧିତ ଖବର