ଭୁବନେଶ୍ବର: ଆଜି ପୁଣି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ଶହେ ତଳେ ରହିଛି। ଗତକାଲି ୮୪ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୬ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୧୦ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୧୬ଟି ଜିଲ୍ଲାରୁ ୬୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି କଟକ ଓ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୧୨ ଜଣ ଲେଖାଏଁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
Covid-19 Report For 14th Oct
New Positive Cases: 63
Of which 0-18 years: 10
In quarantine: 37
Local contacts: 26(Details of local contacts will be shared by concerned District)
1. Balasore: 2
2. Balangir: 1
3. Cuttack: 12
4. Ganjam: 1
5. Jagatsinghpur: 2
6. Jajpur: 1— I & PR Department, Odisha (@IPR_Odisha) October 15, 2022
ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୨, ବଲାଙ୍ଗୀରରୁ ୧, କଟକରୁ ୧୨ ଜଣ, ଗଞ୍ଜାମରୁ ୧, ଜଗତସିଂହପୁରରୁ ୨ ଜଣ, ଯାଜପୁରରୁ ୧ ଜଣ, କଳାହାଣ୍ଡିରୁ ୨, ଖୋର୍ଦ୍ଧା ଜିଲ୍ଲାରୁ ୧୧, କୋରାପୁଟରୁ ୧, ମୟୁରଭଞ୍ଜରୁ ୩ ଜଣ, ନବରଙ୍ଗପୁରରୁ ୩, ନୂଆପଡ଼ାରୁ ୩, ପୁରୀରୁ ୪ ଜଣ, ରାୟଗଡ଼ାରୁ ୧, ସମ୍ବଲପୁରରୁ ୨ ଜଣ, ସୁନ୍ଦରଗଡ଼ରୁ ୧୨ ଜଣ ଓ ଷ୍ଟେଟପୁଲରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୩୫, ୩୭୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୩, ୨୫, ୫୧୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୬୦୫ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।