୧୬ଟି ଜିଲ୍ଲାରୁ ଆଜି ୬୩ କରୋନା ପଜିଟିଭ ଚିହ୍ନଟ: ୧୧ ଜଣ ୧୮ ବର୍ଷରୁ କମ୍ ବୟସର

Advertisment
ଦେଶରେ ସାପ୍ତାହିକ ସଂକ୍ରମଣ ୧୧% ବୃଦ୍ଧି: ଦେଶବ୍ୟାପୀ ବିଭିନ୍ନ ହସ୍ପିଟାଲରେ କୋଭିଡ ମକଡ୍ରିଲ

ଭୁବନେଶ୍ବର: ଆଜି ବି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ଶହେ ତଳେ ରହିଛି। ଗତକାଲି ୪୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୬ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୧୧ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୧୬ଟି ଜିଲ୍ଲାରୁ ୬୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୬, ବରଗଡ଼ରୁ ୪, ବଲାଙ୍ଗୀରୁ ୧, କଟକରୁ ୮ ଜଣ, ଜଗତସିଂହପୁରରୁ ୧ ଜଣ, ଯାଜପୁରରୁ ୩ ଜଣ, ଝାରସୁଗୁଡ଼ାରୁ ୧, କଳାହାଣ୍ଡିରୁ ୧, କେନ୍ଦ୍ରାପଡ଼ାରୁ ୧, ଖୋର୍ଦ୍ଧା ଜିଲ୍ଲାରୁ ୬, ମୟୂରଭଞ୍ଜରୁ ୧, ନୟାଗଡ଼ରୁ ୪, ନୂଆପଡ଼ାରୁ ୫, ପୁରୀରୁ ୬ ଜଣ, ସମ୍ବଲପୁରରୁ ୨ ଜଣ, ସୁନ୍ଦରଗଡ଼ରୁ୧୧ ଜଣ ଓ ଷ୍ଟେଟପୁଲରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୩୪, ୭୦୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୩, ୨୪, ୭୩୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୭୧୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe