ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୬୩୮ କରୋନା ସଂକ୍ରମିତ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୪୫

୧୮ ବର୍ଷରୁ କମ୍ ବୟସ୍କ ୯୩ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ

ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୬୩୮ କରୋନା ସଂକ୍ରମିତ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୪୫

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୩୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୭୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୬୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୯୩ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୪୫ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୧୭ ଜଣ, ବାଲେଶ୍ୱରରୁ ୩୩ ଜଣ, ବରଗଡ଼ରୁ ୭ ଜଣ, ଭଦ୍ରକରୁ ୧୪ ଜଣ, ବୌଦ୍ଧରୁ ୧ ଜଣ, କଟକରୁ ୬୬ ଜଣ, ଦେବଗଡ଼ରୁ ୩ ଜଣ, ଢେଙ୍କାନାଳରୁ ୯ ଜଣ, ଗଜପତିରୁ ୯ ଜଣ, ଗଞ୍ଜାମରୁ ୪ ଜଣ, ଜଗତସିଂହପୁରରୁ ୨୨ ଜଣ, ଯାଜପୁରରୁ ୩୨ ଜଣ, ଝାରସୁଗୁଡ଼ାରୁ ୨ ଜଣ, କଳାହାଣ୍ଡିରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୧୫ ଜଣ, କେଉଁଝରରୁ ୧୪ ଜଣ, ଖୋର୍ଦ୍ଧାରୁ ୨୪୫ ଜଣ, କୋରାପୁଟରୁ ୩ ଜଣ, ମାଲକାନଗିରିରୁ ୫ ଜଣ, ମୟୁରଭଞ୍ଜରୁ ୨୨ ଜଣ, ନବରଙ୍ଗପୁରରୁ ୪ ଜଣ, ନୟାଗଡ଼ରୁ ୨ ଜଣ, ପୁରୀରୁ ୧୮ ଜଣ, ରାୟଗଡ଼ାରୁ ୪ ଜଣ, ସମ୍ୱଲପୁରରୁ ୧୪ ଜଣ, ସୋନପୁରରୁ ୨ ଜଣ, ସୁନ୍ଦରଗଡ଼ରୁ ୧୫ ଜଣ ଓ ଷ୍ଟେଟ ପୁଲରୁ ୫୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୧୨, ୮୦୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୯୭, ୭୯୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୬,୯୦୦ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe