ଭୁବନେଶ୍ବର: ରାଜ୍ୟରେ ଦୈନିକ କରୋନା ସଂକ୍ରମଣ କମୁଥିବା ପରିଲକ୍ଷିତ ହେଉଛି। ଆଜି ବି ଏହା ହଜାରେ ତଳକୁ ରହିଛି। ଗତକାଲି ୭୩୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୫୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୮୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୭୧ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୧୩୨ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୯ଟି ଜିଲ୍ଲାରୁ ୬୫୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୧୩୭ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

Advertisment

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨ ଜଣ, ବାଲେଶ୍ବର ଜିଲ୍ଲାରୁ ୬ ଜଣ, ବରଗଡ଼ରୁ ୪୬, ଭଦ୍ରକରୁ ୧ ଜଣ, ବଲାଙ୍ଗୀରରୁ ୪୭ ଜଣ, ବୌଦ୍ଧରୁ ୩ ଜଣ, କଟକରୁ ୧୪ ଜଣ, ଦେବଗଡ଼ରୁ ୭ ଜଣ, ଢେଙ୍କାନାଳରୁ ୩, ଗଜପତିରୁ ୬ ଜଣ, ଗଞ୍ଜାମରୁ ୧, ଯାଜପୁରରୁ ୮ ଜଣ, ଝାରସୁଗୁଡ଼ାରୁ ୯ ଜଣ, କଳାହାଣ୍ଡି ଜିଲ୍ଲାରୁ ୩୬ ଜଣ, କନ୍ଧମାଳରୁ ୧୩ ଜଣ, କେନ୍ଦ୍ରାପଡ଼ାରୁ ୨ ଜଣ, କେଉଁଝରରୁ ୧, ଖୋର୍ଦ୍ଧା ଜିଲ୍ଲାରୁ ୭୦, କୋରାପୁଟ ଜିଲ୍ଲାରୁ ୧୧ ଜଣ, ମାଲକାନଗିରିରୁ ୨, ମୟୂରଭଞ୍ଜରୁ ୪୩ ଜଣ, ନବରଙ୍ଗପୁରରୁ ୩୪ ଜଣ, ନୟାଗଡ଼ ଜିଲ୍ଲାରୁ ୧୮ ଜଣ, ନୂଆପଡ଼ାରୁ ୧୬ ଜଣ, ପୁରୀରୁ ୭ ଜଣ, ରାୟଗଡ଼ାରୁ ୧୫ ଜଣ, ସମ୍ବଲପୁରରୁ ୫୮ ଜଣ, ସୋନପୁରରୁ ୨୧ ଜଣ, ସୁନ୍ଦରଗଡ଼ରୁ ୧୩୭ ଜଣ ଓ ଷ୍ଟେଟପୁଲରୁ ୧୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୧୯, ୫୨୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୩,୦୪, ୫୨୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫୭୯୮ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।