ଭୁବନେଶ୍ବର: ଅନେକ ଦିନର ବ୍ୟବଧାନ ପରେ ଆଜି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ଶହେ ତଳେ ରହିଛି। ଗତକାଲି ୧୩୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୮ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୭ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୧ଟି ଜିଲ୍ଲାରୁ ୬୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

Advertisment

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୩, ବରଗଡ଼ ଜିଲ୍ଲାରୁ ୧, ଭଦ୍ରକରୁ ୩, କଟକରୁ ୧ ଜଣ, ଦେବଗଡ଼ରୁ ୨, ଗଜପତିରୁ ୩, ଗଞ୍ଜାମରୁ ୧, ଜଗତସିଂହପୁରରୁ ୧ ଜଣ, ଯାଜପୁରରୁ ୪ ଜଣ, କନ୍ଧମାଳରୁ ୧, କେନ୍ଦ୍ରାପଡ଼ାରୁ ୨, କେନ୍ଦୁଝରରୁ ୧, ଖୋର୍ଦ୍ଧା ଜିଲ୍ଲାରୁ ୧୨, ମୟୂରଭଞ୍ଜରୁ ୨ ଜଣ, ନୟାଗଡ଼ ଜିଲ୍ଲାରୁ ୧ ଜଣ, ନୂଆପଡ଼ାରୁ ୧, ପୁରୀରୁ ୪ ଜଣ, ସମ୍ବଲପୁରରୁ ୧୧ ଜଣ, ସୋନପୁରରୁ ୩, ସୁନ୍ଦରଗଡ଼ରୁ ୭ ଜଣ ଓ ଷ୍ଟେଟପୁଲରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୩୪, ୪୩୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୩, ୨୪, ୦୩୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୧୪୮ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।