ଆଜି ନୂଆ ୬୭ ଜଣ କରୋନା ପଜିଟିଭ ଚିହ୍ନଟ, ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୬୬୦ରେ ପହଞ୍ଚିଲା

ଭୁବନେଶ୍ୱର: ଆଜି ରାଜ୍ୟରେ ନୂଆ ୬୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି | ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ପଜିଟିଭଙ୍କ ସଂଖ୍ୟା ୧୬୬୦ରେ ପହଞ୍ଚିଛି | ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୬୫ଜଣ ସଙ୍ଗରୋଧ କେନ୍ଦ୍ରର ଥିବା ବେଳେ ୨ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି।

ଆଜି ଚିହ୍ନଟ ହୋଇଥିବା ପଜିଟିଭଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୬ ଜଣ ରହିଥିବାବେଳେ ଯାଜପୁର ଓ ଖୋର୍ଦ୍ଧା  ଜିଲ୍ଲାରୁ ୧୧ ଜଣ ଲେଖାଏଁ ସଂକ୍ରମିତ ଅଛନ୍ତି। ଜଗତସିଂହପୁର, ସମ୍ବଲପୁର ଓ ବଲାଙ୍ଗୀରରୁ ୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି| ସୁବର୍ଣ୍ଣପୁର ଜିଲ୍ଲାରୁ ୪ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ବରଗଡ଼ ଓ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି|  ନୟାଗଡ଼ରୁ ୭ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି|  ୧୦ଟି ଜିଲ୍ଲାରୁ ଆଜି ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି।

ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୮୪୧ ହୋଇଥିବା ବେଳେ ୮୧୨ଜଣ ସୁସ୍ଥ ହୋଇଛନ୍ତି। ଏଯାବତ୍ କରୋନା ସଂକ୍ରମଣରେ ୭ଜଣଙ୍କର ପ୍ରାଣହାନି ଘଟିଛି।

ସମ୍ବନ୍ଧିତ ଖବର