ଭୁବନେଶ୍ୱର: ପିପିଲି ଉପନିର୍ବାଚନରେ ସନ୍ଧ୍ୟା ୫ଟା ସୁଦ୍ଧା ୬୮.୪୦ ପ୍ରତିଶତ ମତଦାନ ହୋଇଥିବା ସୂଚନା ମିଳିଛି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମତଦାନ ହେବ ଏବଂ ଏହା ପରେ ଯେଉଁମାନେ ଲାଇନ୍ରେ ଥିବେ ସେମାନଙ୍କୁ ପୋଲିଂ ଅଫିସର ଟୋକାନ ଦେବେ। ଲାଇନରେ ଥିବା ମତଦାତା ମତଦାନ କରିପାରିବେ। ବର୍ତମାନ ପର୍ଯ୍ୟନ୍ତ ଶାନ୍ତି ଶୃଙ୍ଖଳା ସହ ଭୋଟ ଗ୍ରହଣ ଚାଲିଛି। କୌଣସି ପ୍ରକାର ଅପ୍ରୀତିକର ପରିସ୍ଥିତିର ଖବର ଏପର୍ଯ୍ୟନ୍ତ ଆସିନାହିଁ । ହରିଦାସପୁର ପଂଚାୟତ ୨୩ ନମ୍ବର ଜୋନ ଟଙ୍କା ବଣ୍ଟାଯିବା ଘଟଣା ନେଇ ଅନୁଧ୍ୟାନ କରିଛୁ ବୋଲି କହିଛନ୍ତି ମୁଖ୍ୟ ର୍ନିବାଚନ ଅଧିକାରୀ ସୂଚନା ଦେଇଛନ୍ତି।
ଆଜି ଅପରାହ୍ନ ୩ଟା ସୁଦ୍ଧା ୫୯.୭୨ ପ୍ରତିଶତ ଭୋଟିଂ ହୋଇଥିବା ବେଳେ ଦିନ ୧ଟା ସୁଦ୍ଧା ୪୫.୩୨ ପ୍ରତିଶତ ମତଦାନ ହୋଇଥିଲା। ଏହାପୂର୍ବରୁ ପୂର୍ବାହ୍ନ ୧୧ଟା ସୁଦ୍ଧା ୨୪.୭୬ ପ୍ରତିଶତ ମତଦାନ ହୋଇଛି ବୋଲି ରାଜ୍ୟ ମୁଖ୍ୟ ର୍ନିବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ ସୂଚନା ଦେଇଥିଲେ। ସେ ଏକ ସାମ୍ବାଦିକ ସମ୍ମିଳନୀରେ କହିଥିଲେ ଯେ କୌଣସି ସ୍ଥାନରେ ଅପ୍ରୀତିକର ପରିସ୍ଥିତି ଉପୁଜିନାହିଁ।
ସୂଚନାଯୋଗ୍ୟ, ପିପିଲି ଉପନିର୍ବାଚନ ପାଇଁ ଆଜି କୋଭିଡ୍ କଟକଣା ମଧ୍ୟରେ ସକାଳ ୭ଟାରୁ ମତଦାନ ପକ୍ରିୟା ଆରମ୍ଭ ହୋଇ ଏବେ ବି ଜାରି ରହିଛି। ପିପିଲି ବ୍ଲକର ସମୁଦାୟ ୧୯୯ଟି ବୁଥ୍ ଓ ଡେଲାଙ୍ଗ ବ୍ଲକର ୧୪୯ଟି ବୁଥରେ ମତଦାନ ଜାରି ରହିଛି। ୧,୧୯,୨୦୬ ଜଣ ପୁରୁଷ ଭୋଟର ଓ ୧,୧୦,୭୯୦ଜଣ ମହିଳା ଭୋଟର ସେମାନଙ୍କର ମତଦାନ ସାବ୍ୟସ୍ତ କରିବେ। ଏହାବାଦ୍ ୨ ଜଣ ତୃତୀୟ ଲିଙ୍ଗ ଓ ୩୨୧ଜଣ ସର୍ଭିସ୍ ଭୋଟର୍ ମଧ୍ୟ ଭୋଟ୍ ଦେବେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/09/Pipili-3.jpg)