ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୮ କରୋନା ପଜିଟିଭ, ୧୨ ଜଣ ୧୮ ବର୍ଷରୁ କମ୍ ବୟସର

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୮ କରୋନା ପଜିଟିଭ, ୧୨ ଜଣ ୧୮ ବର୍ଷରୁ କମ୍ ବୟସର

ଭୁବନେଶ୍ବର: ଗତକାଲି ୬୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୦ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୮ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୧୨ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୯ଟି ଜିଲ୍ଲାରୁ ୬୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୧ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୭ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୧ ଜଣ, କଟକ ଜିଲ୍ଲାରୁ ୬ ଜଣ, ଦେବଗଡ଼ ଜିଲ୍ଲାରୁ ୧ ଜଣ, ଯାଜପୁର ଜିଲ୍ଲାରୁ ୧ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୪ ଜଣ, କୋରାପୁଟ ଜିଲ୍ଲାରୁ ୧ ଜଣ ନୟାଗଡ଼ ଜିଲ୍ଲାରୁ ୧, ସମ୍ବଲପୁର ଜିଲ୍ଲାରୁ ୩ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦ ଜଣ ଓ ଷ୍ଟେଟପୁଲରୁ ୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୯, ୨୫୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୯, ୬୪୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୪୩୧ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe