ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୨୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୨ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୨ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ, ଗତକାଲି ୮୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୪ ଜଣ, ବାଲେଶ୍ୱର ଜିଲ୍ଲାରୁ ୩ ଜଣ, ଭଦ୍ରକ ଜିଲ୍ଲାରୁ ୧ଜଣ, ବଲାଙ୍ଗୀରରୁ ୧ ଜଣ, କଟକରୁ ୪ ଜଣ, ଗଜପତିରୁ ୭ ଜଣ, ଗଞ୍ଜାମରୁ ୧୨ ଜଣ, ଜଗତସିଂହପୁର ଜିଲ୍ଲାରୁ ୧ ଜଣ, ଯାଜପୁରରୁ ୩ ଜଣ, କଳାହାଣ୍ଡି ଜିଲ୍ଲାରୁ ୨ ଜଣ, କନ୍ଧମାଳ ଜିଲ୍ଲାରୁ ୧ ଜଣ, ଖୋର୍ଦ୍ଧାରୁ ୪ ଜଣ, କୋରାପୁଟରୁ ୩ ଜଣ, ମୟୂରଭଞ୍ଜରୁ ୨ ଜଣ, ନବରଙ୍ଗପୁରରୁ ୧ ଜଣ, ନୟାଗଡ଼ରୁ ୧ଜଣ, ନୂଆପଡ଼ା ଜିଲ୍ଲାରୁ ୧ ଜଣ, ପୁରୀରୁ ୧ ଜଣ, ସମ୍ୱଲପୁରରୁ ୧୧ ଜଣ, ସୁନ୍ଦରଗଡ଼ରୁ ୧ ଜଣ , ସୋନପୁର ଜିଲ୍ଲାରୁ ୧ ଜଣ ଓ ଷ୍ଟେଟ ପୁଲରୁ ୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୬, ୬୯୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୬, ୬୭୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୮୫୧ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।
Follow Us