ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୬୮୦ କରୋନା ପଜିଟିଭ୍ ଚିହ୍ନଟ: ୧୧୯ ଜଣ ଶିଶୁ ଓ କିଶୋର ସଂକ୍ରମିତ

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୮୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୯୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୨୮୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୧୧୯ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୬୩ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧ ଜଣ ବାଲେଶ୍ବର ଜିଲ୍ଲାରୁ ୩୪ ଜଣ, ବରଗଡ଼ରୁ ୧୪ ଜଣ, ବଲାଙ୍ଗୀରୁ ୪ ଜଣ, କଟକରୁ ୫୯ ଜଣ, ଦେବଗଡ଼ରୁ ୯ ଜଣ, ଢେଙ୍କାନାଳରୁ ୧ ଜଣ, ଗଞ୍ଜାମରୁ ୨ଜଣ, ଗଜପତିରୁ ୪ ଜଣ, ଜଗତସିଂହପୁରରୁ ୭ ଜଣ, ଯାଜପୁରରୁ ୭ ଜଣ, ଝାରସୁଗୁଡ଼ାରୁ ୨୫ ଜଣ, କେନ୍ଦ୍ରାପଡ଼ାରୁ ୩ ଜଣ, କେନ୍ଦୁଝରରୁ ୮ ଜଣ, ଖୋର୍ଦ୍ଧାରୁ ୨୬୩ ଜଣ, କୋରାପୁଟରୁ ୯ ଜଣ, ମୟୂରଭଞ୍ଜରୁ ୮ ଜଣ, ନବରଙ୍ଗପୁରରୁ ୧୩ ଜଣ, ନୟାଗଡ଼ରୁ ୪ ଜଣ, ନୂଆପଡ଼ାରୁ ୧ ଜଣ, ପୁରୀରୁ ୧୫ ଜଣ, ରାୟଗଡ଼ାରୁ ୧ ଜଣ, ସମ୍ୱଲପୁରରୁ ୪୨ ଜଣ, ସୋନପୁରରୁ ୬ ଜଣ, ସୁନ୍ଦରଗଡ଼ରୁ ୬୯ ଜଣ ଓ ଷ୍ଟେଟ ପୁଲରୁ ୬୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୫୬ ହଜାର ୬୬୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୪୫ ହଜାର ୨୫୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨ ହଜାର ୮୮୮ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧିତ ଖବର