ଭୁବନେଶ୍ବର: ନଭେମ୍ବର ୧୫ ତାରିଖ (ସୋମବାର) ଠାରୁ ଷଷ୍ଠ ଓ ସପ୍ତମ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ ଖୋଲିବ। ପିଲାମାନେ ସ୍କୁଲକୁ ଆସି ପାଠ ପଢିବେ। ପର୍ଯ୍ୟାୟକ୍ରମେ ଶ୍ରେଣୀଗୃହ ପାଠପଢାକୁ ରାଜ୍ୟ ସରକାର ତଥା ଗଣଶିକ୍ଷା ବିଭାଗ ଗୁରୁତ୍ୱ ଦେଉଥିବା ବେଳେ ସୋମବାର ଠାରୁ ଷଷ୍ଠ ଓ ସପ୍ତମ ଶ୍ରେଣୀର ଅଫଲାଇନ ପାଠପଢା ଆରମ୍ଭ ହେବ | ଦୀର୍ଘ ଦେଢ ବର୍ଷ ପରେ ବିଦ୍ୟାଳୟ ମାଟି ମାଡିବେ ଛାତ୍ରଛାତ୍ରୀ। କୋଭିଡ କଟକଣାକୁ ମାନି ପୂର୍ବ ଗାଇଡ଼ଲାଇନ ଅନୁସାରେ ଚାଲିବ ଶ୍ରେଣୀଗୃହ ଶିକ୍ଷାଦାନ। ସକାଳ ୯ଟା ୩୦ରୁ ଦିନ ୧ଟା ପର୍ଯ୍ୟନ୍ତ ଚାଲିବ ପାଠପଢା। ପୂର୍ବରୁ ଅଷ୍ଟମରୁ ଦ୍ଵାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢା ଜାରି ରହିଛି।
ତେବେ ଷଷ୍ଠ ଓ ସପ୍ତମ ଶ୍ରେଣୀ ଲାଗି ଉଭୟ ଅନଲାଇନ୍ ଏବଂ ଅଫଲାଇନ୍ କ୍ଲାସ୍ ଜାରି ରହିବ। ଅନ୍ୟପଟେ ମାସ୍କ ପିନ୍ଧିବା, ସାମାଜିକ ଦୂରତା ବଜାୟ ରଖିବା ଓ ହାତକୁ ସାନିଟାଇଜ କରିବା ପାଇଁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି। ଯେଉଁ ସ୍ଥାନରେ କରୋନା ସଂକ୍ରମଣ ଅଧିକ ରହିଥିବା ସେଠାରେ ବିଦ୍ୟାଳୟ ଖୋଲିବା ନିମନ୍ତେ ଚୂଡ଼ାନ୍ତ ନିଷ୍ପତ୍ତି ଜିଲ୍ଲାପାଳ ମାନେ ନେଇପାରିବେ।
ସେହିପରି ଆସନ୍ତକାଲି ଠାରୁ ପିଜି ପ୍ରଥମ ବର୍ଷ ପାଠପଢା ମଧ୍ୟ ଆରମ୍ଭ ହେବ। ୟୁଜିର ଦ୍ଵିତୀୟ ଓ ତୃତୀୟ ବର୍ଷ ପାଠ ପଢ଼ା ଚାଲିଥିଲା, ୟୁଜି ପ୍ରଥମ ବର୍ଷ ପାଠପଢ଼ା ନଭେମ୍ବର ଏକ ତାରିଖରୁ ଆରମ୍ଭ ହୋଇଛି। ପିଜି ଦ୍ଵିତୀୟ ବର୍ଷ ପାଠପଢ଼ା ଚାଲିଥିବା ବେଳେ ସୋମବାର ଠାରୁ ପ୍ରଥମ ବର୍ଷ ଖୋଲିବାକୁ ଯାଉଛି। ସରକାରଙ୍କ ସମସ୍ତ ଗାଇଡ଼ଲାଇନ ଓ କରୋନା ନିୟମାବଳୀ ଆଧାରରେ ପାଠପଢା ହେବ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/09/school-1.jpg)