ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୮୦୪୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୭ ଜଣ ଲୋକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର। ପ୍ରାପ୍ତ ସୂଚନା ଅନୁଯାୟୀ, ଏହି ମୃତକଙ୍କ ମଧ୍ୟରେ ଭଦ୍ରକ, କଟକ ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ କରୋନା ସଂକ୍ରମିତ ଅଛନ୍ତି। ଏହାଛଡ଼ା ଅନୁଗୁଳ ଓ ବାଲେଶ୍ବର ଜିଲ୍ଲାରୁ ଦୁଇ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି।
ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୦୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୬୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୩୩୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୧୩୧ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୧୧, ୫୫୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୯୬, ୩୦୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୭, ୧୫୮ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭ ଜଣ ସଂକ୍ରମିତଙ୍କ ପ୍ରାଣହାନି, କରୋନାଜନିତ ମୃତ୍ୟୁସଂଖ୍ୟା ୮୦୪୭କୁ ବୃଦ୍ଧି
/sambad/media/post_attachments/wp-content/uploads/2021/09/Covid-Death-in-Odisha-on-3rd-September_Thumbnail_2.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)