ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭ କରୋନା ପଜିଟିଭ ଚିହ୍ନଟ, ଜଣେ ୧୮ ବର୍ଷରୁ କମ୍ ବର୍ଗର

ଭୁବନେଶ୍ବର: ଗତକାଲି ୧୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ମାତ୍ର ଜଣେ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୩ଟି ଜିଲ୍ଲାରୁ ୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୭ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ କଳାହାଣ୍ଡି ଜିଲ୍ଲାରୁ ୧ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, ସମ୍ବଲପୁର ଜିଲ୍ଲାରୁ ୨ ଜଣ ଓ ଷ୍ଟେଟପୁଲରୁ ୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୮, ୩୭୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୯, ୧୦୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୯୫ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧିତ ଖବର