ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୮୧୫୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୭ ଜଣ ଲୋକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର। ପ୍ରାପ୍ତ ସୂଚନା ଅନୁଯାୟୀ, ଅନୁଗୁଳ, କଟକ, ଜଗତସିଂହପୁର, ନବରଙ୍ଗପୁର, ପୁରୀ, ସୁନ୍ଦରଗଡ଼ ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି।
ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୧୪ ଜଣ, ବାଲେଶ୍ୱରରୁ ୩୪ ଜଣ, ଭଦ୍ରକରୁ ୭ ଜଣ, ବଲାଙ୍ଗୀରରୁ ୫, କଟକରୁ ୭୭ ଜଣ, ଦେବଗଡ଼ରୁ ୪ ଜଣ, ଢେଙ୍କାନାଳରୁ ୬ ଜଣ, ଗଜପତିରୁ ୧ ଜଣ, ଗଞ୍ଜାମରୁ ୬ ଜଣ, ଜଗତସିଂହପୁରରୁ ୨୮ ଜଣ, ଯାଜପୁରରୁ ୨୦ ଜଣ, ଝାରସୁଗୁଡ଼ାରୁ ୫ ଜଣ, କନ୍ଧମାଳରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୧୧ ଜଣ, କେଉଁଝରରୁ ୧ ଜଣ, ଖୋର୍ଦ୍ଧାରୁ ୨୮୩ ଜଣ, ମାଲକାନଗିରିରୁ ୫ ଜଣ, ମୟୁରଭଞ୍ଜରୁ ୧୫ ଜଣ, ନୟାଗଡ଼ରୁ ୬ ଜଣ, ପୁରୀରୁ ୨୨ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ୱଲପୁରରୁ ୧୦ ଜଣ, ସୁନ୍ଦରଗଡ଼ରୁ ୧୩ ଜଣ ଓ ଷ୍ଟେଟ ପୁଲରୁ ୬୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୨୨, ୫୯୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।ଏମାନଙ୍କ ଭିତରୁ ୧୦,୦୮,୬୭୧ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫୭୧୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।