ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ କଲେଜ ବଦଳାଇବାକୁ ଆବେଦନ କରିଛନ୍ତି ୭୦୦ ଛାତ୍ରଛାତ୍ରୀ

Advertisment
ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ କଲେଜ ବଦଳାଇବାକୁ ଆବେଦନ କରିଛନ୍ତି ୭୦୦ ଛାତ୍ରଛାତ୍ରୀ

Odisha Sun Times

ଭୁବନେଶ୍ବର : ୨୦୧୯-୨୦ ଶିକ୍ଷାବର୍ଷରେ ଯୁକ୍ତ୩ ପ୍ରଥମ ଓ ଦ୍ବିତୀୟ ବର୍ଷରେ ଶିକ୍ଷା ଗ୍ରହଣ କରୁଥିବା ୭୦୦ରୁ ଅଧିକ ଛାତ୍ରଛାତ୍ରୀ ମେଡିକାଲ ସମସ୍ୟା ଦେଖାଇ କଲେଜ ପରିବର୍ତନ କରିବାକୁ ଉଚ୍ଚଶିକ୍ଷା ବିଭାଗ ନିକଟରେ ଆବେଦନ କରିଛନ୍ତି। ସେଥିମଧ୍ୟରୁ ଅଧିକାଂଶ ଛାତ୍ରଛାତ୍ରୀ ଯୋଗ୍ୟତା ଅର୍ଜନ କରିପାରି ନାହାନ୍ତି। ତେଣୁ ଯେଉଁ ଛାତ୍ରଛାତ୍ରୀ ଆବେଦନ କରିଛନ୍ତି ସେମାନଙ୍କ ମେଡିକାଲ ସାର୍ଟିଫିକେଟ୍‌କୁ ଭଲ ଭାବେ ଯାଞ୍ଚ କରିବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ହୋଇଛି। ମେଡିକାଲ ଶିକ୍ଷା ଓ ତାଲିମ ନିର୍ଦେଶକ(ଡିଏମ୍‌ଇଟି) ନିଜସ୍ତରରେ ମେଡିକାଲ ବୋର୍ଡ ଗଠନ କରି ଆବେଦନ କରିଥିବା ଛାତ୍ରଛାତ୍ରୀଙ୍କ ସାର୍ଟିଫିକେଟ୍‌ ଯାଞ୍ଚ କରିବାକୁ ଉଚ୍ଚଶିକ୍ଷା ବିଭାଗ ସଚିବ ଶାଶ୍ବତ ମିଶ୍ର ଡିଏମ୍‌ଇଟିଙ୍କୁ ଚିଠି ଲେଖିଛନ୍ତି। ପ୍ରଥମ ପର୍ଯ୍ୟାୟରେ ୩୧୦ ଜଣ ଛାତ୍ରଛାତ୍ରୀଙ୍କ ତାଲିକା ଡିଏମ୍‌ଇଟିକୁ ପଠାଯାଇଛି। ଖୁବ୍‌ଶୀଘ୍ର ବାକି ଛାତ୍ରଛାତ୍ରୀଙ୍କ ତାଲିକା ପଠାଯିବ ବୋଲି ଶ୍ରୀ ମିଶ୍ର ଚିଠିରେ ଉଲ୍ଲେଖ କରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe