ସମଗ୍ର ରାଜ୍ୟରେ ୭୦ତମ ସାଧାରଣତନ୍ତ୍ର ଦିବସ ପାଳିତ

ଭୁବନେଶ୍ୱର: ଆଜି ସମଗ୍ର ଦେଶରେ ୭୦ ତମ ସାଧାରଣତନ୍ତ୍ର ଦିବସ ପାଳିତ ହେଉଛି। ଚଳିତ ବର୍ଷ ଭୁବନେଶ୍ୱରର ମହାତ୍ମା ଗାନ୍ଧିି ମାର୍ଗରେ ଆୟୋଜିତ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଜାତୀୟ ପତାକା ଉତ୍ତୋଳନ କରିବା ସହିତ ମିଳିିତ ପରେଡ୍‌ରେ ଅଭିବାଦନ ଗ୍ରହଣ କରିଛନ୍ତି। ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ରାଜଧାନୀରେ ୩୧ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ କରାଯାଇଛି। ସେହିପରି ଦୁଇ ୟୁନିଟ୍‌ ଏସ୍‌ଓଜି, କ୍ୟୁଆର୍ଟି , ଓସାଫ, ରାପିଡ୍‌ ଆକ୍ସନ ଫୋର୍ସ, ସନ୍ଧାନୀ କୁକୁର ଓ ସାଦା ପୋଷାକଧାରୀ ପୁଲିସ ନିୟୋଜିତ ହୋଇଛନ୍ତି। ପରେଡ଼ ସ୍ଥଳରେ ସିସି ଟିଭି କ୍ୟାମେରା ସହ ୧୫୦ରୁ ଅଧିକ ଏସ୍‌ଆଇ, ଏଏସ୍‌ଆଇ ଏବଂ ଇନ୍‌ସପେକ୍ଟରଙ୍କ ସହ ୧୯ ଜଣ ଡିଏସ୍‌ପିି , ୯ ଅତିରିକ୍ତ ଡିସିପି ସୁରକ୍ଷା ବ୍ୟବସ୍ଥାରେ ନିୟୋଜିତ ହୋଇଛନ୍ତି।
ସେହିପରି କଟକ ବାରବାଟିି ଷ୍ଟାଡିୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାତୀୟ ପତାକା ଉତ୍ତେଳନ କରି ମଳିତ ପରେଡ୍‌ର ଅଭିବାଦନ ଗ୍ରହଣ କରିଛନ୍ତି। ଉପସ୍ଥିତି ଜନସାଧାରଣଙ୍କୁ ଉଦ୍‌ବୋଦନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସମସ୍ତେ ଏକଜୁଟ୍‌ ହୋଇ ମାଟି ପାଇଁ କାର୍ଯ୍ୟ କରିବାକୁ ଆହ୍ଵାନ ଦେଇଥିଲେ। ଶ୍ରୀ ପଟ୍ଟନାୟକ କହିଥିଷଳ ଯେ କଳିଆ ଯୋଜନାରେ ଚାଷୀ ଲାଭବାନ ହେବେ।


ଭୁବନେଶ୍ୱର ସମ୍ବାଦ ଭବନ ପରିସରରେ ଆୟୋଜିତ ସାଧାରଣତନ୍ତ୍ର ଦିବସ ଉତ୍ସବରେ ସମ୍ବାଦର ସମ୍ପାଦକ ତଥା ସାଂସଦ ସୌମ୍ୟରଞ୍ଜନ ପଟ୍ଟନାୟକ ଜାତୀୟ ପତାକା ଉତ୍ତୋଳନ କରି ପ୍ୟାରେଡ୍‌ର ଅଭିବାଦନ ଗ୍ରହଣ କରିଛନ୍ତି। ଏହି ଅବସରରେ ଶ୍ରୀ ପଟ୍ଟନାୟକ ଉଦ୍‌ବୋଧନ ଦେଇ କହିଥିଲେ ଯେ ସମ୍ବିଧାନ ହେଉଛି ଏକ ଦେଶର ଆତ୍ମା। ମାତ୍ର ବର୍ତ୍ତମାନ ସାମ୍ବିଧାନିକ ଅନୁଷ୍ଠାନଗୁଡ଼ିକ ପ୍ରତି ବିପଦ ସୃଷ୍ଟି ହୋଇଛି। ଆମେ ଯେଉଁ ଅନୁଷ୍ଠାନରେ କାର୍ଯ୍ୟ କରୁଛନ୍ତି, ସାମ୍ବିଧାନିକ ଅନୁଷ୍ଠାନର ସୁରକ୍ଷା ଦିଗରେ ସେହି ଅନୁଷ୍ଠାନର ଏକ ଗୁରୁତ୍ୱପୂର୍ଣ୍ଣ ଭୁମିକା ରହିଛି ଓ ଆମେ ସମସ୍ତେ ଏହି ଭୂମିକା ଯେପରି ସୁଚାରୁଭାବେ ପାଳନ କରିପାରିବା ସେ ଦିଗରେ ସଚେତନ ହେବାକୁ ଶ୍ରୀ ପଟ୍ଟନାୟକ ଆହ୍ଵାନ ଦେଇଥିଲେ।

ସମ୍ବନ୍ଧିତ ଖବର