nytimes.com
ଭୁବନେଶ୍ବର: ରାଜ୍ୟରେ ପୁଣି କୋଭିଡ ସଂକ୍ରମଣ ବଢ଼ିଛି। ଗତକାଲି ୧୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୬୪ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୬୬ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୫ଟି ଜିଲ୍ଲାରୁ ୭୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୫ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୨ ଜଣ, କନ୍ଧମାଳ ଜିଲ୍ଲାରୁ ୧ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ, ନୂଆପଡ଼ା ଜିଲ୍ଲାରୁ ୧ ଜଣ ଓ ରାୟଗଡ଼ା ଜିଲ୍ଲାରୁ ୬୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୮, ୨୦୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୮, ୮୬୩ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୬୦ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।
Follow Us