ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭୨ କରୋନା ପଜିଟିଭ ଚିହ୍ନଟ, ୧୫ ଜଣ ୧୮ ବର୍ଷରୁ କମ୍ ବର୍ଗର

ଆସିବ କି ଆଉ ଏକ ଲହର! କୋରାପୁଟରେ ୬୦ ଦିନରେ ୧୨ ଆକ୍ରାନ୍ତ

long island press

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୩୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୫ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୭ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ, ଗତକାଲି ୭୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୧ ଜଣ, ବରଗଡ଼ରୁ ୧ ଜଣ, ଭଦ୍ରକରୁ ୧ ଜଣ, ବଲାଙ୍ଗୀରରୁ ୪ ଜଣ, ବୌଦ୍ଧ ଜିଲ୍ଲାରୁ ୧ ଜଣ, କଟକରୁ ୨ ଜଣ, ଗଜପତିରୁ ୭ ଜଣ, ଗଞ୍ଜାମ ଜିଲ୍ଲାରୁ ୧୭, ଯାଜପୁରରୁ ୪ ଜଣ, କନ୍ଧମାଳରୁ ୧ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ ଜଣ, ଖୋର୍ଦ୍ଧାରୁ ୯ ଜଣ, କୋରାପୁଟରୁ ୪ ଜଣ, ମୟୂରଭଞ୍ଜରୁ ୩ ଜଣ, ନୟାଗଡ଼ରୁ ୨ ଜଣ, ସମ୍ୱଲପୁରରୁ ୩ ଜଣ, ସୁନ୍ଦରଗଡ଼ରୁ ୭ ଜଣ ଓ ଷ୍ଟେଟ ପୁଲରୁ ୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୭, ୧୦୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୭, ୨୭୧ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୬୬୮ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe