ଭୁବନେଶ୍ୱର: ମହାମାରୀ କରୋନା ସଂକ୍ରମଣରୁ ଆଜି ୨୫ଟି ଜିଲ୍ଲାରୁ ୭୨୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି । ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଲୋକଙ୍କର ସଂଖ୍ୟା ୧୫ ହଜାର ୯୨୮ରେ ପହଞ୍ଚିଛି ।
Sambad is now on WhatsApp
Join and get latest news updates delivered to you via WhatsApp
ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି ଗଂଜାମ ଜିଲ୍ଲାରୁ ସର୍ବାଧିକ ୩୯୧ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ୪୯ ଜଣ, କଟକ ଜିଲ୍ଲାରୁ ୪୩ ଜଣ, ବାଲେଶ୍ୱର ଜିଲ୍ଲାରୁ ୩୩ ଜଣ, ଯାଜପୁର ଜିଲ୍ଲାରୁ ୩୨ ଜଣ, ଗଜପତି ଜିଲ୍ଲାରୁ ୨୩ ଜଣ, ମୟୂରଭଂଜ ଜିଲ୍ଲାରୁ ୧୯ ଜଣ, ଅନୁଗୁଳ ଜିଲ୍ଲାରୁ ୧୮ ଜଣ, ଜଗତସିଂହପୁର ଓ ନୟାଗଡ଼ ଜିଲ୍ଲାରୁ ୧୭ ଜଣ ଲେଖାଏଁ, ସମ୍ବଲପୁର ଜିଲ୍ଲାରୁ ୧୧ ଜଣ, ମାଲକାନଗିରି ଜିଲ୍ଲାରୁ ୧୦ ଜଣ, ବରଗଡ଼, ଢେଙ୍କାନାଳ, କେନ୍ଦ୍ରାପଡ଼ା, ପୁରୀ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୭ ଜଣ ଲେଖାଏଁ, ବଲାଙ୍ଗୀର, ଝାରସୁଗୁଡ଼ା ଓ ସୁବର୍ଣ୍ଣପୁର ଜିଲ୍ଲାରୁ ୫ ଜଣ ଲେଖାଏଁ, ଭଦ୍ରକ ଓ ନବରଙ୍ଗପୁର ଜିଲ୍ଲାରୁ ୪-୪ ଜଣ, କୋରାପୁଟ ଜିଲ୍ଲାରୁ ୩ ଜଣ, ବୌଦ୍ଧ ଓ କେନ୍ଦୁଝର ଜିଲ୍ଲାରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତ ବ୍ୟକ୍ତି ସୁସ୍ଥ ହୋଇଛନ୍ତି ।
11 from Sambalpur
10 from Malkangiri
7 each from Baragarh Dhenkanal, Kendrapara, Puri
& Sundergarh
5 each from Bolangir, Jharsuguda & Sonepur
4 each from Bhadrak & Nabarangpur
3 from Koraput
2 each Boudh & KeonjharThe total recovered cases of #Odisha now stand at 15928.
— H & FW Dept Odisha (@HFWOdisha) July 25, 2020
ରାଜ୍ୟ ସରକାରଙ୍କ ତଥ୍ୟ ଅନୁସାରେ ଗତକାଲି ରାତି ୧୨ଟା ସୁଦ୍ଧା ମୋଟ ୪ ଲକ୍ଷ ୪୬ ହଜାର ୩୧୧ ଜଣଙ୍କର ସ୍ୱାବ ନମୁନା ପରୀକ୍ଷା ହୋଇଛି । ଏଥିରୁ ଏଯାଏଁ ୨୪ ହଜାର ୧୩ଟି ନମୁନା ରିପୋର୍ଟ ପଜିଟିଭ ଆସିଛି । ମୋଟ ୧୫ ହଜାର ୯୨୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ୧୩୦ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି । ଏବେ ୭ ହଜାର ୯୨୨ ଜଣ କରୋନା ଆକ୍ରାନ୍ତ ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ।