ହଜାରେ ତଳକୁ ଖସିଲା ରାଜ୍ୟରେ କରୋନା ସଂକ୍ରମଣ: ୯୫ ଜଣ ୧୮ ବର୍ଷରୁ କମ୍ ବୟସର

Advertisment
ଆଜି ଦୈନିକ କରୋନା ସଂକ୍ରମଣ ୫୦ ତଳେ: ୪ ଜଣ ୧୮ ବର୍ଷରୁ କମ୍ ବୟସର

ଭୁବନେଶ୍ବର: ବେଶ୍ କିଛି ଦିନ ବ୍ୟବଧାନ ପରେ ଆଜି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ହଜାରେ ତଳକୁ ଖସିଛି। ଗତକାଲି ୧୦୧୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭୩୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୩୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩୦୭ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୯୫ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୯ଟି ଜିଲ୍ଲାରୁ ୭୩୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ଗୋଟିଏ ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୩୮ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨, ବାଲେଶ୍ବର ଜିଲ୍ଲାରୁ ୮ ଜଣ, ବରଗଡ଼ରୁ ୨୦, ଭଦ୍ରକରୁ ୩ ଜଣ, ବଲାଙ୍ଗୀରରୁ ୧୭ ଜଣ, ବୌଦ୍ଧରୁ ୯ ଜଣ, କଟକରୁ ୩୪ ଜଣ, ଦେବଗଡ଼ରୁ ୨ ଜଣ, ଢେଙ୍କାନାଳରୁ ୩ ଜଣ, ଗଜପତିରୁ ୭ ଜଣ, ଗଞ୍ଜାମରୁ ୨, ଜଗତସିଂହପୁରରୁ ୪ ଜଣ, ଯାଜପୁରରୁ ୧୪ ଜଣ, ଝାରସୁଗୁଡ଼ାରୁ ୧୮ ଜଣ, କଳାହାଣ୍ଡି ଜିଲ୍ଲାରୁ ୧୦ ଜଣ, କନ୍ଧମାଳରୁ ୧୧ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫ ଜଣ, କେନ୍ଦୁଝରରୁ ୧୨, ଖୋର୍ଦ୍ଧା ଜିଲ୍ଲାରୁ ୧୩୮, କୋରାପୁଟ ଜିଲ୍ଲାରୁ ୧୨ ଜଣ, ମୟୂରଭଞ୍ଜରୁ ୮୪ ଜଣ, ନବରଙ୍ଗପୁରରୁ ୪ ଜଣ, ନୟାଗଡ଼ ଜିଲ୍ଲାରୁ ୨୨ ଜଣ, ନୂଆପଡ଼ାରୁ ୮ ଜଣ, ପୁରୀରୁ ୧୧ ଜଣ, ରାୟଗଡ଼ାରୁ ୧୫ ଜଣ, ସମ୍ବଲପୁରରୁ ୧୧୩ ଜଣ, ସୋନପୁରରୁ ୧୫ ଜଣ, ସୁନ୍ଦରଗଡ଼ରୁ ୧୧୪ ଜଣ ଓ ଷ୍ଟେଟପୁଲରୁ ୩୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୦୭, ୨୪୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨,୯୦, ୬୬୩ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୭୪୦୦ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe