ଭୁବନେଶ୍ବର: ଓଡ଼ିଶାରେ ଅନ୍ତିମ ପର୍ଯ୍ୟାୟରେ ୭୪.୪୧ ପ୍ରତିଶତ ମତଦାନ ହୋଇଛି। ପୋଷ୍ଟାଲ ବାଲଟକୁ ବାଦ୍‌ ଦେଇ ୭୪.୪୧ ପ୍ରତିଶତ ମତଦାନ ହୋଇଥିବା ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଂଜ ବିହାରୀ ଧଳ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଅନ୍ତିମ ପର୍ଯ୍ୟାୟରେ ଗତକାଲି ମୟୂରଂଭଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଲୋକସଭା କ୍ଷେତ୍ର ଏବଂ ଏହାର ଅଧୀନ ୪୨ଟି ବିଧାନସଭା ନିର୍ବାଚନ ମଣ୍ଡଳୀର ମତଦାତା ଭୋଟ୍‌ ଦେଇଥିଲେ।

Advertisment

ରାଜ୍ୟରେ ଗତ ୨୫ ତାରିଖ ଦିନ ତୃତୀୟ ପର୍ଯ୍ୟାୟରେ ୬ଟି ଲେକସଭା କ୍ଷେତ୍ର ଓ ଏହାର ଅଧୀନ ୪୨ଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ମତଦାନ ହୋଇଛି। ଏହି ପର୍ଯ୍ୟାୟରେ ୭୪.୪୫ ପ୍ରତିଶତ ମତଦାନ ହୋଇଥିବା ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ତରଫରୁ ସୂଚନା ଦିଆଯାଇଥିଲା।