ରାଜ୍ୟରେ ପୁଣି ବଢିଲା କରୋନା ସଂକ୍ରମିତଙ୍କ ସଂଖ୍ୟା: ଗତ ୨୪ ଘଣ୍ଟା ମଧ୍ୟରେ ୭,୪୨୬ ଜଣ ପଜିଟିଭ ଚିହ୍ନଟ

୧୮ ବର୍ଷରୁ କମ୍ ବର୍ଗର ୮୬୭ ଜଣ ଆକ୍ରାନ୍ତ

ଭୁବନେଶ୍ବର: ଭୁବନେଶ୍ବର: ରାଜ୍ୟରେ ପୁଣି ବଢିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭,୪୨୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୩୦୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୩୧୨୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୮୬୭ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୯୫୯ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୧୦୯ ଜଣ, ବାଲେଶ୍ୱରରୁ ୪୯୬ ଜଣ, ବରଗଡ଼ରୁ ୧୩୪ ଜଣ, ଭଦ୍ରକରୁ ୧୦୦ ଜଣ, ବଲାଙ୍ଗୀରରୁ ୨୦୭ ଜଣ, ବୌଦ୍ଧ ଜିଲ୍ଲାରୁ ୯୮, କଟକରୁ ୫୪୮ ଜଣ, ଦେବଗଡ଼ରୁ ୨୫ ଜଣ, ଢେଙ୍କାନାଳରୁ ୩୭ ଜଣ, ଗଜପତିରୁ ୯୯, ଗଞ୍ଜାମରୁ ୩୪ ଜଣ, ଜଗତସିଂହପୁରରୁ ୧୨୯ ଜଣ, ଯାଜପୁରରୁ ୧୫୨ ଜଣ, ଝାରସୁଗୁଡ଼ାରୁ ୪୫ ଜଣ, କଳାହାଣ୍ଡିରୁ ୧୮୮ ଜଣ, କନ୍ଧମାଳରୁ ୧୨୩ ଜଣ, କେନ୍ଦ୍ରାପଡ଼ାରୁ ୮୪ ଜଣ, କେଉଁଝରରୁ ୧୩୬ ଜଣ, ଖୋର୍ଦ୍ଧାରୁ ୧୯୫୯ ଜଣ, କୋରାପୁଟରୁ ୧୫୯ ଜଣ, ମାଲକାନଗିରିରୁ ୬୭ ଜଣ, ମୟୁରଭଞ୍ଜରୁ ୧୬୬ ଜଣ, ନବରଙ୍ଗପୁରରୁ ୧୧୭, ନୟାଗଡ଼ରୁ ୨୪୫ ଜଣ, ନୂଆପଡ଼ାରୁ ୧୯୧ ଜଣ, ପୁରୀରୁ ୧୦୬ ଜଣ, ରାୟଗଡ଼ାରୁ ୧୮୭ ଜଣ, ସମ୍ୱଲପୁରରୁ ୧୬୦ ଜଣ, ସୋନପୁରରୁ ୨୧୨, ସୁନ୍ଦରଗଡ଼ରୁ ୭୭୮ ଜଣ ଓ ଷ୍ଟେଟ ପୁଲରୁ ୩୯୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୨,୨୫, ୨୬୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୧,୪୨ , ୧୬୧ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୭୪, ୫୧୨ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।
ସୂଚନାଯୋଗ୍ୟ, ଗତକାଲି ୫,୮୯୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଜାନୁଆରି ୨୪ରେ ୭୯୨୧, ଜାନୁଆରି ୨୩ ତାରିଖରେ ୮,୫୨୦ ଜାନୁଆରି ୨୨ରେ ୮,୮୪୫ ଜାନୁଆରି ୨୧ ତାରିଖରେ ୯,୮୩୩, ଜାନୁଆରି ୨୦ ତାରିଖରେ ୧୦,୩୬୮ଜଣ, ଜାନୁଆରି ୧୯ ତାରିଖରେ ୧୧,୬୦୭ ଜଣ, ଜାନୁଆରି ୧୮ରେ ୧୧,୦୮୬, ଜାନୁଆରି ୧୭ରେ ୧୦,୪୮୯, ୧୬ ତାରିଖରେ ୧୧,୧୭୭, ୧୫ ତାରିଖରେ ୧୦,୮୫୬, ଜାନୁଆରି ୧୪ରେ ୧୦,୨୭୩ , ଜାନୁଆରି ୧୩ରେ ୧୦,୦୫୯ ଜଣ, ଜାନୁଆରି ୧୨ରେ ୮୭୭୮, ୧୧ରେ ୭୦୭୧, ୧୦ରେ ୪୮୨୯, ଜାନୁଆରି ୯ ତାରିଖରେ ୪୭୧୪ ଜଣ , ଜାନୁଆରି ୮ ତାରିଖରେ ୩୬୭୯ ଜଣ , ଜାନୁଆରି ୭ ତାରିଖରେ ୨୭୦୩ ଜଣ, ଜାନୁଆରି ୬ ତାରିଖରେ ୧୮୯୭ ଜଣ, ଜାନୁଆରି ୫ ରେ ୧୨୧୬, ଜାନୁଆରି ୪ ରେ ୬୮୦, ଜାନୁଆରି ୩ ରେ ୪୨୪, ଜାନୁଆରି ୨ରେ ୪୨୪, ଜାନୁଆରି ୧ରେ ୨୯୮, ଡିସେମ୍ବର ୩୧ରେ ୨୨୮, ଡିସେମ୍ବର ୩୦ରେ ୨୨୫, ଡିସେମ୍ବର ୨୯ରେ ୨୨୧ ଓ ଡିସେମ୍ବର ୨୮ରେ ୧୫୬ ଜଣ ପଜିଟିଭ ଚିହ୍ନଟ ହୋଇଥିଲେ।

ସମ୍ବନ୍ଧିତ ଖବର