ଭୁବନେଶ୍ବର: ଓଡ଼ିଶାର ୬ଟି ଜିଲ୍ଲାରେ ସାପ୍ତାହିକ ସଂକ୍ରମଣ ବଢ଼ିଛି। ତେଣୁ କୋଭିଡ-୧୯ ସ୍ଥିତି ଉପରେ ନଜର ରଖିବାକୁ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ରାଜ୍ୟ ସରକାରଙ୍କୁ ଚିଠି ଲେଖିଛନ୍ତି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟର ଚିଠି ଅନୁସାରେ ଗତ ୩୦ ଦିନ ଭିତରେ ରାଜ୍ୟରେ ୭୪୪୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରେ ଖୋର୍ଦ୍ଧା ଜିଲ୍ଲାରେ ସାପ୍ତାହିକ ସଂକ୍ରମଣ ସବୁଠୁ ଅଧିକ ରହିଛି। ଡିସେମ୍ବର ୩ ତାରିଖ ସୁଦ୍ଧା ଖୋର୍ଦ୍ଧାରେ ୯୦୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସଂକ୍ରମଣ କମାଇବା ପାଇଁ ସ୍ବାସ୍ଥ୍ୟ ମନ୍ତ୍ରାଳୟ ପରାମର୍ଶ ଦେଇଛି। ବିଗତ ୭ ଦିନରେ ଢେଙ୍କାନାଳ, ଅନୁଗୁଳ, କେନ୍ଦୁଝର, କନ୍ଧମାଳ, ବଲାଙ୍ଗୀର ଓ ନବରଂଗପରୁ ଜିଲ୍ଲାରେ ସଂକ୍ରମଣ ବଢ଼ିଛି।
ଆଜି ରାଜ୍ୟରେ ୧୯୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୧୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୭୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୨୩ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୮ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୫୦ହଜାର ୦୬୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୩୯ ହଜାର ୨୦୪ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨ ହଜାର ୩୮୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/12/0e62a5f5-4b5b-4f7e-8858-4e306682dedd.jpg)