ଭୁବନେଶ୍ବରରେ ୭୪୫ ନୂଆ କରୋନା ପଜିଟିଭ୍‌, ସୁସ୍ଥ ହେଲେ ୩୯୯ ଆକ୍ରାନ୍ତ

Advertisment
ଭୁବନେଶ୍ବରରେ ୭୪୫ ନୂଆ କରୋନା ପଜିଟିଭ୍‌, ସୁସ୍ଥ ହେଲେ ୩୯୯ ଆକ୍ରାନ୍ତ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରୁ ଆଜି ୭୪୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରେ ୧୪୭ ଜଣ ସଂଗରୋଧରୁ ଥିବା ବେଳେ ସ୍ଥାନୀୟ ଅଂଚଳରୁ ସଂକ୍ରମିତ ହୋଇଛନ୍ତି ୫୯୮ ଜଣ। ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟୁଇଟ୍‌ ଜରିଆରେ ଏହି ସୂଚନା ଦିଆଯାଇଛି। ଏଥି ସହିତ ଭୁବନେଶ୍ବରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୯ ହଜାର ୨୩୭କୁ ବୃଦ୍ଧି ପାଇଛି।

ବିଏମ୍‌ସିର ସୂଚନା ଅନୁସାରେ ଆଜି ଭୁବନେଶ୍ବରରୁ ୩୯୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥି ସହିତ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩୪ ହଜାର ୨୦୨କୁ ବୃଦ୍ଧି ପାଇଛି। ଭୁବନେଶ୍ବରରେ ମୃତକଙ୍କ ସଂଖ୍ୟା ୨୫୧ ହୋଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪ ହଜାର ୭୬୩ରେ ପହଂଚିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe