ପୁଣି ୭୫ଜଣ କରୋନା ପଜିଟିଭ୍ ଚିହ୍ନଟ, ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୫୬କୁ ବୃଦ୍ଧି

ଭୁବନେଶ୍ବର: ରାଜ୍ୟରେ ଆଜି ପୁଣି ୭୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୫୬କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଏମାନଙ୍କ ଭିତରୁ ୩ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୭୨ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୧୬ଟି ଜିଲ୍ଲାରୁ  ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି।

ଆଜି ଜଗତସିଂହପୁର ଜିଲ୍ଲାରୁ ୨, ଖୋର୍ଦ୍ଧା ଜିଲ୍ଲାରୁ ୧୮, କୋରାପୁଟ ଜିଲ୍ଲାରୁ ୨, ଯାଜପୁର ଜିଲ୍ଲାରୁ ୭, କେନ୍ଦୁଝର, ଗଞ୍ଜାମ, ପୁରୀ ଓ ନୂଆପଡ଼ା  ଜିଲ୍ଲାରୁ ଜଣେ ଲେଖାଏଁ  ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି।

ଏହାଛଡ଼ା ନୟାଗଡ଼ ଜିଲ୍ଲାରୁ  ୪, କଟକ ଜିଲ୍ଲାରୁ ୫ , ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲାରୁ ୨ଜଣ ଲେଖାଏଁ  କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ବଲାଙ୍ଗୀର ଜିଲ୍ଲାରୁ ୫, ସୁନ୍ଦରଗଡ଼ ଜିଲ୍ଲାରୁ ୧୮ ଏବଂ ସୋନପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧୧୨୯ରେ ପହଞ୍ଚିଛି। ତେବେ ୧୭୭୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।  ଅପରପକ୍ଷରେ ୯ ଜଣଙ୍କର ମୃତ୍ୟୁ ଘଟିଛି। କରୋନା ବ୍ୟତୀତ ଅନ୍ୟ ରୋଗରେ ଦୁଇ ପୀଡ଼ିତଙ୍କର ବି ମୃତ୍ୟୁ ଘଟିଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସମ୍ବନ୍ଧିତ ଖବର