୭୫୪୦ ହାଇସ୍କୁଲ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

୭୫୪୦ ହାଇସ୍କୁଲ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସରକାରୀ ହାଇସ୍କୁଲ ମାନଙ୍କରେ ବିଭିନ୍ନ ବିଷୟରେ ଖାଲି ଥିବା ଶିକ୍ଷକ ପଦବି ପୂରଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ଖୁବ ଶୀଘ୍ର ୭୫୪୦ ହାଇସ୍କୁଲ ଶିକ୍ଷକ ନିଯୁକ୍ତ ପ୍ରକ୍ରିୟା ଆରମ୍ଭ କରିବା ପାଇଁ ଓଡିଶା ଷ୍ଟାଫ ସିଲେକ୍‌ସନ କମିଶନଙ୍କୁ ଅନୁରୋଧ କରାଯାଇଛି। ଏହି ପଦବିଗୁଡିକ ପୂରଣ ହେବା ପରେ ରାଜ୍ୟର ସମସ୍ତ ୪୮୪୮ଟି ସରକାରୀ ହାଇସ୍କୁଲର ସବୁ ଶିକ୍ଷକ ପଦବି ପୂରଣ ହୋଇପାରିବ। ଟିଜିଟି (କଳା), ଟିଜିଟି (ପିସିଏମ ଓ ସିବିଜେଡ୍), ସଂସ୍କୃତ, ହିନ୍ଦି, ଉର୍ଦ୍ଦୁ, ତେଲୁଗୁ ଓ ଶାରୀରିକ ଶିକ୍ଷକ ପଦବି ପୂରଣ ନିମନ୍ତେ ଚୟନ ପ୍ରକ୍ରିୟା ଆରମ୍ଭ କରାଯିବ।

ପ୍ରକାଶ ଥାଉ କି, ୨୦୨୧-୨୨ ବର୍ଷରେ କରାଯାଇଥିବା ଦୁଇଟି ଚୟନ ପ୍ରକ୍ରିୟାରେ ୧୩ ହଜାରରୁ ଊର୍ଦ୍ଧ୍ବ ଶିକ୍ଷକ ପଦବି ପୂରଣ କରାଯାଇ ବିଭିନ୍ନ ସରକାରୀ ବିଦ୍ୟାଳୟ ମାନଙ୍କରେ ନିଯୁକ୍ତ କରାଯାଇଥିଲା। 

ସୂଚନାଯୋଗ୍ୟ ଯେ ରାଜ୍ୟ ସରକାରଙ୍କ ୫-ଟି ଉପକ୍ରମରେ ରାଜ୍ୟର ବିଭିନ୍ନ କାର୍ଯ୍ୟକ୍ରମରେ ରୂପାନ୍ତର ଆଣିବା ପ୍ରକ୍ରିୟା ଜାରି ରହିଥିବା ବେଳେ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମକୁ ଗୁରୁତ୍ବ ଦିଆଯାଇ ପିଲାମାନଙ୍କ ପାଇଁ ଆଧୁନିକ ଶିକ୍ଷା ବ୍ୟବସ୍ଥା କରାଯାଇଛି। କମ୍ପୁଟର, ଇଣ୍ଟରନେଟ ଠାରୁ ଆରମ୍ଭ କରି ଇ-ଲାଇବ୍ରେରୀ, ଉନ୍ନତ ଖେଳ ଉପକରଣ ଓ ପଡିଆ ତଥା ଅନ୍ୟାନ୍ୟ ସୁବିଧାର ବିକାଶ କରାଯାଉଛି। ୫-ଟିରେ ନିଯୁକ୍ତି କାର୍ଯ୍ୟକ୍ରମକୁ ମଧ୍ୟ ତ୍ବରାନ୍ବିତ କରାଯାଉଛି। ବିଭିନ୍ନ ବିଭାଗରେ ଥିବା ଖାଲି ପଦବିଗୁଡିକୁ ସଂପୂର୍ଣ୍ଣ ସ୍ବଚ୍ଛତାର ସହିତ କ୍ଷୀପ୍ର ଗତିରେ ପୂରଣ କରାଯାଉଛି। ଗତ କିଛି ବର୍ଷ ମଧ୍ୟରେ ବିଭିନ୍ନ ବିଭାଗର ହଜାର ହଜାର ପଦବୀ ପୂରଣ କରାଯାଇଥିବା ବେଳେ ଏହି ନିଯୁକ୍ତି ପ୍ରକ୍ରିୟା ଆଗକୁ ମଧ୍ୟ ଜାରି ରହିବ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe