ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୩୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୨୦ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି କେନ୍ଦ୍ରାପଡ଼ା ଜିଲ୍ଲାରୁ ସର୍ବାଧିକ ୧୨ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ, ଗତକାଲି ୬୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ।
Covid-19 Report For 14th March
New Positive Cases: 78
Of which 0-18 years: 20
In quarantine: 47
Local contacts: 31(Details of local contacts will be shared by concerned District)
1. Angul: 2
2. Balasore: 1
3. Balangir: 2
4. Cuttack: 1
5. Deogarh: 1
6. Gajapati: 8— I & PR Department, Odisha (@IPR_Odisha) March 15, 2022
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨ ଜଣ, ବାଲେଶ୍ୱର ଜିଲ୍ଲାରୁ ୧ ଜଣ, ବଲାଙ୍ଗୀରରୁ ୨ ଜଣ, କଟକରୁ ୧ ଜଣ, ଦେବଗଡ଼ ଜିଲ୍ଲାରୁ ୧ ଜଣ, ଗଜପତିରୁ ୮ ଜଣ, ଜଗତସିଂହପୁର ଜିଲ୍ଲାରୁ ୧ ଜଣ, ଯାଜପୁରରୁ ୪ ଜଣ, କନ୍ଧମାଳ ଜିଲ୍ଲାରୁ ୧ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୨ ଜଣ, ଖୋର୍ଦ୍ଧାରୁ ୧୦ ଜଣ, କୋରାପୁଟରୁ ୭ ଜଣ, ମୟୂରଭଞ୍ଜରୁ ୨ ଜଣ, ନବରଙ୍ଗପୁରରୁ ୧ ଜଣ, ନୂଆପଡ଼ା ଜିଲ୍ଲାରୁ ୧ ଜଣ, ପୁରୀରୁ ୧ ଜଣ, ସମ୍ୱଲପୁରରୁ ୯ ଜଣ, ସୁନ୍ଦରଗଡ଼ରୁ ୮ ଜଣ , ସୋନପୁର ଜିଲ୍ଲାରୁ ୧ ଜଣ ଓ ଷ୍ଟେଟ ପୁଲରୁ ୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୬, ୭୭୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୬, ୭୮୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୮୨୨ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।