ଆଜି ପୁଣି ୭୯ଜଣ କରୋନା ପଜିଟିଭ୍ ଚିହ୍ନଟ, ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୫୧୭କୁ ବୃଦ୍ଧି

ଆଜି ପୁଣି ୭୯ଜଣ କରୋନା ପଜିଟିଭ୍ ଚିହ୍ନଟ, ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୫୧୭କୁ ବୃଦ୍ଧି

ଭୁବନେଶ୍ବର: ରାଜ୍ୟରେ ଆଜି ପୁଣି ୭୯ଜଣ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୫୧୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୭୧ ସଙ୍ଗରୋଧ କେନ୍ଦ୍ରର ଓ ୮ଜଣ ସ୍ଥାନୀୟ ବ୍ୟକ୍ତି ଥିବା ଜଣାଯାଇଛି।

ଆଜି ପ୍ରଥମ ଥର ପାଇଁ ସୁବର୍ଣ୍ଣପୁର ଜିଲ୍ଲାକୁ କରୋନା ଛୁଇଁଲା ପରେ  କରୋନା ଆକ୍ରାନ୍ତ ଜିଲ୍ଲା ସଂଖ୍ୟା ୨୯କୁ ବୃଦ୍ଧି ପାଇଛି। ମୋଟ୍ ୧୫ଟି ଜିଲ୍ଲାରୁ ନୂତନ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଆଜି କଟକ ଜିଲ୍ଲାରୁ ସର୍ବାଧିକ ୧୬, ବଲାଙ୍ଗୀର ଜିଲ୍ଲାରୁ ୧୪, ଗଞ୍ଜାମ ଜିଲ୍ଲାରୁ ୫ ଜଣ, କନ୍ଧମାଳରୁ ଜଣେ କରେନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଠିକ୍ ସେହିପରି ବାଲେଶ୍ବର, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସୁବର୍ଣ୍ଣପୁର ଜିଲ୍ଲା, ଅନୁଗୁଳ ଓ ଝାରସୁଗୁଡ଼ା ଜିଲ୍ଲାରୁ ଜଣେ  ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

publive-image

ଅପରପକ୍ଷରେ ଯାଜପୁର ଜିଲ୍ଲାରୁ ୨ଜଣ, ଢେଙ୍କାନାଳରୁ ୩, କେନ୍ଦୁଝରରୁ ୮, ନୟାଗଡ଼ରୁ ୩ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।  ଏବେ ସାରା ରାଜ୍ୟରେ କାୟା ବିସ୍ତାର କରୁଥିବା ଜଣାଯାଇଛି।

ଏବେ ରାଜ୍ୟରେ ମୋଟ୍ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୮୬୧ ଥିବା ବେଳେ ୬୪୯ଜଣ ସୁସ୍ଥ ହୋଇଛନ୍ତି। ଅପରପକ୍ଷରେ ଏଯାବତ୍ ରାଜ୍ୟରେ ୭ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe