ଭୁବନେଶ୍ବର: ଆଜି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ କମିଛି। ଏହା ହଜାରେ ତଳକୁ ରହିଛି। ଗତକାଲି ୧୦୨୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭୯୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୬୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩୩୧ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୧୩୪ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୭ଟି ଜିଲ୍ଲାରୁ ୭୯୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୧୭୬ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
Covid-19 Report For 31st July
New Positive Cases: 797
Of which 0-18 years: 134
In quarantine: 466
Local contacts: 331(Details of local contacts will be shared by concerned District)
1. Balasore: 8
2. Bargarh: 30
3. Bhadrak: 7
4. Balangir: 28
5. Boudh: 38
6. Cuttack: 21— I & PR Department, Odisha (@IPR_Odisha) August 1, 2022
ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୮ ଜଣ, ବରଗଡ଼ରୁ ୩୦, ଭଦ୍ରକରୁ ୭ ଜଣ, ବଲାଙ୍ଗୀରରୁ ୨୮ ଜଣ, ବୌଦ୍ଧରୁ ୩୮ଜଣ, କଟକରୁ ୨୧ ଜଣ, ଦେବଗଡ଼ରୁ ୯ ଜଣ, ଢେଙ୍କାନାଳରୁ ୩, ଗଜପତିରୁ ୫ ଜଣ, ଜଗତସିଂହପୁରରୁ ୧ ଜଣ, ଯାଜପୁରରୁ ୧୯ ଜଣ, ଝାରସୁଗୁଡ଼ାରୁ ୧୯ ଜଣ, କଳାହାଣ୍ଡି ଜିଲ୍ଲାରୁ ୩୭ ଜଣ, କନ୍ଧମାଳରୁ ୧୮ ଜଣ, କେନ୍ଦ୍ରାପଡ଼ାରୁ ୫, କେଉଁଝରରୁ ୧୩, ଖୋର୍ଦ୍ଧା ଜିଲ୍ଲାରୁ ୧୧୩, କୋରାପୁଟ ଜିଲ୍ଲାରୁ ୪ ଜଣ, ମୟୂରଭଞ୍ଜରୁ ୬୭ ଜଣ, ନବରଙ୍ଗପୁରରୁ ୨୦ ଜଣ, ନୟାଗଡ଼ ଜିଲ୍ଲାରୁ ୧୭ ଜଣ, ନୂଆପଡ଼ାରୁ ୧୧ ଜଣ, ପୁରୀରୁ ୧ ଜଣ, ରାୟଗଡ଼ାରୁ ୧୧ ଜଣ, ସମ୍ବଲପୁରରୁ ୬୬ ଜଣ, ସୋନପୁରରୁ ୨୩ ଜଣ, ସୁନ୍ଦରଗଡ଼ରୁ ୧୭୬ ଜଣ ଓ ଷ୍ଟେଟପୁଲରୁ ୨୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୧୩, ୯୪୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨,୯୮, ୦୧୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୬୭୩୨ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।