ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧ କରୋନା ପଜିଟିଭ ଚିହ୍ନଟ, ଜଣେ ବି ନାହାନ୍ତି ୧୮ ବର୍ଷରୁ କମ୍ ବର୍ଗର  

ଭୁବନେଶ୍ବର: ଗତକାଲି ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୪ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ଜଣେ ବି ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ନ ଥିବା ଜଣାଯାଇଛି। ଆଜି ରାଜ୍ୟର ୩ଟି ଜିଲ୍ଲାରୁ ୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୭ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୧ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧ ଜଣ ଓ ଷ୍ଟେଟପୁଲରୁ ୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।

ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୮, ୪୦୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୯, ୧୪୩ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୭୯ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧିତ ଖବର