ଗତ ୨୪ ଘଣ୍ଟା ମଧ୍ୟରେ ୮ କରୋନା ପଜିଟିଭ ଚିହ୍ନଟ, ଜଣେ ବି ୧୮ ବର୍ଷରୁ କମ୍ ବର୍ଗର ନାହାନ୍ତି

ଭୁବନେଶ୍ବର: ଗତକାଲି ୧୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ଜଣେ ବି ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ନ ଥିବା ଜଣାଯାଇଛି। ଆଜି ରାଜ୍ୟର ୫ଟି ଜିଲ୍ଲାରୁ ୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୫ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ କଟକ ଜିଲ୍ଲାରୁ ୧ ଜଣ, ଗଞ୍ଜାମ ଜିଲ୍ଲାରୁ ୨ ଜଣ ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ, ପୁରୀ ଜିଲ୍ଲାରୁ ୧ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧ ଜଣ ଓ ଷ୍ଟେଟପୁଲରୁ ୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୮, ୪୭୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୯, ୨୧୪ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୮୦ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧିତ ଖବର