ଭୁବନେଶ୍ବର: ଗତକାଲି ୧୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ମାତ୍ର ୫ଟି ଜିଲ୍ଲାରୁ ୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୫ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଓ ସମ୍ବଲପୁର ଜିଲ୍ଲାରୁ ସର୍ବାଧିକ ୨ ଜଣ ଲେଖାଏଁ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
Covid-19 Report For 9th April
New Positive Cases: 8
Of which 0-18 years: 1
In quarantine: 5
Local contacts: 3(Details of local contacts will be shared by concerned District)
1. Balangir: 1
2. Cuttack: 1
3. Kendrapada: 1
4. Khurda: 2
5. Sambalpur: 2
6. State Pool: 1— I & PR Department, Odisha (@IPR_Odisha) April 10, 2022
ଗତ ୨୪ ଘଣ୍ଟା ମଧ୍ୟରେ ବଲାଙ୍ଗୀର ଜିଲ୍ଲାରୁ ୧ ଜଣ, କଟକ ଜିଲ୍ଲାରୁ ୧ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ, ସମ୍ବଲପୁର ଜିଲ୍ଲାରୁ ୨ ଜଣ ଓ ଷ୍ଟେଟପୁଲରୁ ୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୭, ୮୪୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୮, ୫୧୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୫୨ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।